କେନ୍ଦ୍ରୀୟ ଯୋଜନାକୁ ନିଜ ନାଁରେ କରି ଆତ୍ମପ୍ରଚାର କରୁଛି ବିଜେଡି: ଭାଜପା

ଭୁବନେଶ୍ୱର,୧୭-୯(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଯୋଜନାକୁ ନିଜ ନାଁରେ କରି ରାଜ୍ୟବାସୀଙ୍କୁ ରାଜ୍ୟ ସରକାର ଭୁଆଁ ବୁଲାଇ ଚାଲିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ରାଜ୍ୟ ସରକାର ‘ବିଜୁ ପକ୍କା ଘର’ ଲୋଗୋ ଓ ନାଁ ଦେଇ ସାଧାରଣ ଲୋକଙ୍କୁ ଭ୍ରମିତ କରୁଛନ୍ତି। ମୋଦି ସରକାର ଦେଶରେ ବିଭିନ୍ନ ପ୍ରକାରର ଜନହିତକର ଯୋଜନା ଲାଗୁ କରିଥିବା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେବଳ କେନ୍ଦ୍ରୀୟ ଯୋଜନାକୁ ହଡ଼ପ କରି ନାଁ ବଦଳାଇ ବାହାବାହା ନେବାକୁ ବସିଛନ୍ତି ବୋଲି ରାଜ୍ୟ ଭାଜପା ସମ୍ପାଦିକା ଲେଖାଶ୍ରୀ ସାମନ୍ତ ସିଂହାର ଅଭିଯୋଗ କରିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଗ୍ରାମାଞ୍ଚଳରେ ୪ ଲକ୍ଷ ପକ୍କାଘର ନିର୍ମାଣର ଶୁଭ ଦେବେ ବୋଲି ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି। ଚିରାଚରିତ ଢଙ୍ଗରେ ସଂଘୀୟ ବ୍ୟବସ୍ଥାକୁ ଭ୍ରୂକ୍ଷେପ ନ କରି ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବିଜୁ ପକ୍କାଘର କହିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏହିସବୁ ପକ୍କାଘର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ ହେବ। ଚଳିତ ବଜେଟରେ ବିଜୁ ପକ୍କାଘର ଯୋଜନାରେ ଟଙ୍କା ଟିଏ ଅର୍ଥ ବରାଦ ହୋଇନାହିଁ। ରାଜ୍ୟରେ ଗରିବ ଲୋକଙ୍କୁ ମିଳୁଥିବା ସମସ୍ତ ପକ୍କାଘର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଛି। ‘ହାଉସିଂ ଫର ଅଲ୍‌ ୨୦୨୨’ ଅନୁଯାୟୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ସମସ୍ତଙ୍କୁ ପକ୍କାଘର ଯୋଗାଇଦେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ୧୧ ସେପ୍ଟେମ୍ବର ୨୦୧୮ରେ ବିଧାନସଭା ପ୍ରଶ୍ନର ଉତ୍ତରରେ ରାଜ୍ୟ ସରକାର କହିଥିଲେ କି, ରାଜ୍ୟର ସମୁଦାୟ ୨୦ ଲକ୍ଷ ପକ୍କାଘର ମଧ୍ୟରୁ ୩ଲକ୍ଷ ୭୭ ହଜାର ହେଉଛି ବିଜୁ ପକ୍କାଘର ଆଉ ବାକି ୧୬ ଲକ୍ଷ ୨୩ ହଜାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ ହୋଇଛି। ୨୦୧୭-୨୦ ପର୍ଯ୍ୟନ୍ତ ରାଜ୍ୟ ସରକାର ଟଙ୍କାଟିଏ ବ୍ୟୟବରାଦ କରି ନ ଥିବାବେଳେ କେନ୍ଦ୍ର ସରକାର ୨୦୧୭-୧୮ରେ ୩ ହଜାର ୧୦୦କୋଟି, ୨୦୧୮-୧୯ରେ ୩,୬୦୦କୋଟି, ୨୦୧୯-୨୦ରେ ୪,୮୨୦କୋଟି ଟଙ୍କା ଅନୁଦାନ ଦେଇଛନ୍ତି। ବିଜ୍ଞାପନରେ ‘ରୁରାଲ ହାଉସିଂ ଫର ଅଲ’ରେ ରାଜ୍ୟ ସରକାରଙ୍କ ଲୋଗୋ ଏବଂ ମୁଖ୍ୟମନ୍ତ୍ରୀଙ୍କ ଫଟୋ ରହିଛି। ପୂର୍ବରୁ ଅନେକ ଯୋଜନା କ୍ଷେତ୍ରରେ ଏଭଳି କରାଯାଇଛି। ମୁଖ୍ୟମନ୍ତ୍ରୀ ନିଜ ଭୁଲ୍‌ ସ୍ବୀକାର କରିବା ସହିତ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦିଅନ୍ତୁ ବୋଲି ଲେଖାଶ୍ରୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri