କେନ୍ଦ୍ରୀୟ ଯୋଜନାକୁ ହଡପ କରୁଛନ୍ତି ରାଜ୍ୟ ସରକାର, ଆସନ୍ତା ୨୭ରେ ସବୁ ବ୍ଲକରେ ଭାଜପାର ଘେରାଉ: ବସନ୍ତ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟ ସରକାର କ୍ରମାଗତ ଭାବରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ନିଜ ନାଁରେ କରି ଚାଲିଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ପକ୍କାଘରକୁ ରାଜ୍ୟ ସରକାର ‘ବିଜୁ ପକ୍କା ଘର’ ଯୋଜନାରେ ହେଉଛି ବୋଲି କହି ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି। ରାଜ୍ୟରେ ଗରିବଙ୍କୁ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେଇ ବିଜୁ ପକ୍କାଘର ଯୋଜନାରେ ଦେଉଥିବା କଥା କହୁଛନ୍ତି। ଏନେଇ ବିଜ୍ଞାପନ କାଢି କେବଳ ଆବାସ ଯୋଜନା ଉଲ୍ଲେଖ କରି ଲୋକଙ୍କୁ ଭୁଆଁ ବୁଲାଉଛନ୍ତି। ମୋଦି ସରକାର ଦେଶରେ ବିଭିନ୍ନ ପ୍ରକାରର ଜନହିତକର ଯୋଜନା ଲାଗୁ କରୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠି କେବଳ କେନ୍ଦ୍ରୀୟ ଯୋଜନାକୁ ହଡପ କରି ନାଁ ବଦଳାଇ ବାହାବା ନେବାକୁ ବସିଛନ୍ତି । ଏହା ବିରୋଧରେ ଆସନ୍ତା ୨୭ରେ ରାଜ୍ୟର ସମସ୍ତ ୩୧୪ ବ୍ଲକ, ଏନ୍‌ଏସି/ମ୍ୟୁନିସିପାଲିଟି ଘେରାଓ କରିବା ସହ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦିଆଯିବ ବୋଲି ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡା ସୂଚନା ଦେଇଛନ୍ତି ।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବସନ୍ତ କହିଛନ୍ତି ଯେ, ୨୦୧୧ ଜନଗଣନା ଅନୁଯାୟୀ ସ୍ଥାନୀୟ ପଞ୍ଚାୟତ ଅଧିକାରୀମାନେ ଗରିବ ହିତାଧିକାରୀମାନଙ୍କ ସୂଚୀ ତଦାରଖ କରିବା କଥା । ମାତ୍ର ଏହି ସୂଚୀକୁ ଦଳୀୟ ଆଧାରରେ ତିଆରି କରି ପ୍ରକୃତ ହିତାଧିକାରୀଙ୍କୁ ବଞ୍ଚିତ କରାଯାଉଛି ।ଗୋଟିଏ ପରିବାରରେ ୨ରୁ ୩ଜଣଙ୍କ ନାଁରେ ପକ୍କା ଘର ଦିଆଯାଉଛି। କାର୍ଯ୍ୟାଦେଶ ପାଇବା ପାଇଁ ବ୍ୟାପକ ଅର୍ଥ କାରବାର ହେବା ନଜରକୁ ଆସିଛି। ସେହିପରି ଏହି କାଯର୍‌ୟାଦେଶରେ ପ୍ରଧାନମନ୍ତ୍ରୀ ଆବାସ ବୋଲି ଉଲ୍ଲେଖ ହେବା ଆବଶ୍ୟକ । କାର୍ଯ୍ୟାଦେଶକୁ ପଞ୍ଚାୟତ ଏବଂ ବ୍ଲକରେ ଦିଆ ନ ଯାଇ ବିଧାୟକଙ୍କ ସମୟ ସୁବିଧା ଅନୁସାରେ ବଣ୍ଟାଯିବା ପାଇଁ ସ୍ଥଗିତ ରଖାଯାଉଛି ା ଏହା ଫଳରେ ସମୟାନୁଯାୟୀ ଲକ୍ଷ୍ୟ ପୂରଣ ହୋଇପାରୁନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri