କେନ୍ଦ୍ର ଅବହେଳାରୁ ମହେନ୍ଦ୍ରଗିରି ବିକାଶ ବାଧାପ୍ରାପ୍ତ

ବ୍ରହ୍ମପୁର ଅଫିସ,୨୬ା୭- ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଭୁକ୍ତ ଗଜପତି ଜିଲାରେ ଥିବା ପୁରାଣ ପ୍ରସିଦ୍ଧ ଓ ଐତିହାସିକ ସ୍ଥଳି ମହେନ୍ଦ୍ରଗିରି ପର୍ବତର ବିକାଶ ପ୍ରତି କେନ୍ଦ୍ର ସରକାର ଅବହେଳା କରୁଛନ୍ତି। ଭାରତୀୟ ପ୍ରନତ୍ତତ୍ତ୍ବ ବିଭାଗ (ଏଏସ୍‌ଆଇ) ମଧ୍ୟ ଆବଶ୍ୟକ ପଦକ୍ଷେପ ନେଇନାହାନ୍ତି। ଲୋକ ସଭାରେ ଏମ୍‌ପି ଚନ୍ଦ୍ରଶେଖର ସାହୁ ଏଭଳି ଅଭିଯୋଗ କରିବା ସହ ଏହାର ସର୍ବାଙ୍ଗୀନ ଉନ୍ନତି ପାଇଁ ତ୍ୱରିତ ପଦକ୍ଷେପ ନେବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହେନ୍ଦ୍ରଗିରିର ସୁରକ୍ଷା ଓ ସଂରକ୍ଷଣ ପାଇଁ ପ୍ରନତ୍ତତ୍ତ୍ବ ବିଭାଗ ଯୋଜନାବଦ୍ଧ କାର୍ଯ୍ୟକ୍ରମ କରିବାକୁ ମଧ୍ୟ ସେ ଦାବି କରିଛନ୍ତି। ସୂଚନାଯୋଗ୍ୟ, ମୋଦି ସରକାର ଦୁଇବର୍ଷ ତଳେ ସ୍ବଦେଶୀ ଦର୍ଶନ ଯୋଜନା ଆରମ୍ଭ କରିଛନ୍ତି। ରାମାୟଣ ସର୍କିଟ ନାମରେ ପର୍ଯ୍ୟଟନ ପ୍ରକଳ୍ପ କାର୍ଯ୍ୟକାରୀ କରିବା ସହ ସେଥିରେ ଦେଶର ୧୫ ପର୍ଯ୍ୟଟନ ସ୍ଥଳି ମଧ୍ୟରେ ମହେନ୍ଦ୍ରଗିରିକୁ ସ୍ଥାନୀତ କରାଯାଇଛି।
ଏହା ଏକ ପ୍ରଶଂସନୀୟ ଯୋଜନା ହୋଇଥିବାରୁ ମହେନ୍ଦ୍ରଗିରି ପର୍ବତର ଅନେକ ଉନ୍ନତି ଘଟିବାର ଲୋକେ ଆଶା କରିଥିଲେ। ୨ ବର୍ଷ ମଧ୍ୟରେ କୌଣସି ବିକାଶ ହୋଇ ନ ଥିବାରୁ ଏମପି ଉଦ୍‌ବେଗ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀଲଙ୍କା ଗସ୍ତ ବେଳେ ରାମାୟଣ ସର୍କିଟ ପ୍ରସଙ୍ଗ ଉଠାଇଥିଲେ ମଧ୍ୟ ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ଏବେବି ଅବହେଳିତ ହୋଇ ରହିଛି। ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଏହାର ବିକାଶ ଲାଗି ବଜେଟରେ ବ୍ୟୟବରାଦ, ସ୍ବଦେଶୀ ଦର୍ଶନ ଯୋଜନାର ରାମାୟଣ ସର୍କିଟ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ପର୍ଯ୍ୟଟନ ମନ୍ତ୍ରୀ ପଦକ୍ଷେପ ନେବାକୁ ଚନ୍ଦ୍ରଶେଖର ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri