କେନ୍ଦ୍ର ଦୂର ଥିଲେ ଶିକ୍ଷକଙ୍କୁ ଯାତ୍ରା, ରହଣି ସୁବିଧା

କଟକ ଅଫିସ,୧୬ା୫: ମାଟ୍ରିକ୍‌ ଖାତା ମୂଲ୍ୟାୟନ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଦାଏର ହୋଇଥିବା ଦୁଇଟି ମାମଲାର ଶୁକ୍ରବାର ଶୁଣାଣି ହୋଇଛି। ଯଦି କୌଣସି ଶିକ୍ଷକଙ୍କ ଘର ମୂଲ୍ୟାୟନ କେନ୍ଦ୍ରଠାରୁ ୧୦ କିମିରୁ ଅଧିକ ଦୂରରେ ଥାଏ, ତେବେ ସଂପୃକ୍ତ ଶିକ୍ଷକଙ୍କ ଯାତ୍ରା, ରହଣି ଏବଂ ଖାଦ୍ୟ ବ୍ୟବସ୍ଥା କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍‌ ବିଶ୍ୱନାଥ ରଥ ଏହି ମାମଲାର ଶୁଣାଣି କରିଥିବା ବେଳେ ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅଶୋକ ମହାନ୍ତି ଓ ଆଇନଜୀବୀ ବୁଦ୍ଧଦେବ ରାଉତରାୟ ଯୁକ୍ତି ଉପସ୍ଥାପନ କରିଥିଲେ।
ଆବେଦନକାରୀ ଯୁକ୍ତି ବାଢ଼ିଥିଲେ ଯେ, କରୋନା ସଂକ୍ରମଣ ବ୍ୟାପୁଥିବା ବେଳେ ଖାତା ମୂଲ୍ୟାୟନ ଯୋଗୁ ଶିକ୍ଷକଙ୍କ ସ୍ବାସ୍ଥ୍ୟ ପ୍ରତି ବିପଦ ରହିଛି। କେତେକ ରାଜ୍ୟରେ ଉତ୍ତର ଖାତାକୁ ଶିକ୍ଷକମାନେ ନିଜ ଘରକୁ ନେବା ପାଇଁ ମଧ୍ୟ ଅନୁମତି ଦିଆଯାଇଛି। ଓଡ଼ିଶାରେ ମଧ୍ୟ ଏହା କାର୍ଯ୍ୟକାରୀ କରିବାକୁ ନିବେଦନ କରାଯାଇଥିଲା। କୋର୍ଟ ଦର୍ଶାଇଥିଲେ ଯେ, ଖାତା ମୂଲ୍ୟାୟାନକୁ ନେଇ ଶିକ୍ଷକଙ୍କ ମନରେ ଅନେକ ଆଶଙ୍କା ରହିଛି। ବିଭାଗ ଯେଉଁସବୁ ବ୍ୟବସ୍ଥା ଗ୍ରହଣ କରିଛି, ତାହା ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରୁଥିବା ଆବେଦନକାରୀ ଅଭିଯୋଗ କରିଛନ୍ତି। ମୂଲ୍ୟାୟନ ଆରମ୍ଭ (ମେ’ ୨୦) ପୂର୍ବରୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ହେବ। ଏଣୁ ମୂଲ୍ୟାୟନ କେନ୍ଦ୍ରରେ ଶିକ୍ଷକମାନେ କେମିତି ପହଞ୍ଚିବେ, ସେନେଇ ମଧ୍ୟ ସନ୍ଦେହ ଦେଖାଦେଇଛି। ରାଜ୍ୟ ସରକାର, ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ କୋର୍ଟରେ ଯୁକ୍ତି ରଖାଯାଇଥିଲା ଯେ, ମୂଲ୍ୟାୟନ ପାଇଁ ଯେଉଁ ସବୁ ପଦକ୍ଷେପ ନିଆଯାଇଛି, ତାହା ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରୁନାହିଁ। ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ର ସମସ୍ତ ନିୟମ ପାଳନ କରାଯିବ। ମୂଲ୍ୟାୟନରେ ସାମିଲ୍‌ ହେବାକୁ ଥିବା ଶିକ୍ଷକଙ୍କ ସ୍ବାସ୍ଥ୍ୟକୁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ଲକ୍‌ଡାଉନ ନିୟମକୁ ଉଲ୍ଲଂଘନ ନ କରି ଶିକ୍ଷକମାନେ ଯେଉଁ ସବୁ ଦାବି ରଖିଛନ୍ତି, ସେଗୁଡ଼ିକ ପୂରଣ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ସଚିବ, ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୌଣସି ଶିକ୍ଷକଙ୍କୁ ଦୂରଦୂରାନ୍ତର ସ୍ଥାନରେ ଥିବା ମୂଲ୍ୟାୟନ କେନ୍ଦ୍ରରେ ନିୟୋଜିତ ନ କରିବା ଏବଂ ଭିଡ଼ କମାଇବା ଦିଗରେ ପଦକ୍ଷେପ ନେବାକୁ କୋର୍ଟ ଉପରୋକ୍ତ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri