Posted inଜାତୀୟ

କେନ୍ଦ୍ର ନିଷ୍ପତ୍ତିର କୋଡ଼ିଏ ଦିନ ପରେ:କୁହୁଳୁଛି କଶ୍ମୀର, ନିଆଁକୁ ଡର

ଠିକ୍‌ କୋଡ଼ିଏ ଦିନ ତଳେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଥିଲେ। ରାଜ୍ୟକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଇଦେଇ ଜମ୍ମୁ-କଶ୍ମୀର ଏବଂ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନର ନିଷ୍ପତ୍ତି ନେଇଥିଲେ। ସଂଖ୍ୟାବଳରେ ବଳୀୟାନ ସରକାରଙ୍କ ଏହି ଐତିହାସିକ ନିଷ୍ପତ୍ତିକୁ ଦେଶବ୍ୟାପୀ ସ୍ବାଗତ କରାଯାଇଥିବାବେଳେ ବିରୋଧର ସ୍ବର ମଧ୍ୟ କମ୍‌ ଉଠିନାହିଁ। ରାଷ୍ଟ୍ରପତି ଶାସନାଧୀନ ଉପତ୍ୟକାରେ ସବୁକିଛି ଠିକ୍‌ ଚାଲିଛି ବୋଲି ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ପ୍ରଶାସନ କହୁଥିବାବେଳେ ସେଠାକୁ କୌଣସି ବିରୋଧୀ ନେତାଙ୍କୁ ପ୍ରବେଶ କରିବାକୁ ଦିଆଯାଉନାହିଁ। ତିନିଜଣ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ୪୦୦ରୁ ଊର୍ଦ୍ଧ୍ୱ ନେତା ଓ କର୍ମୀଙ୍କୁ ଗୃହବନ୍ଦୀ କରାଯାଇଛି। ଗଣମାଧ୍ୟମ ଉପରେ ମଧ୍ୟ କଟକଣା ବଳବତ୍ତର ରହିଛି। ଏପରି କି ମୋବାଇଲ, ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ରୂପେ ସ୍ବାଭାବିକ ହୋଇନାହିଁ। ମାଧ୍ୟମିକ ଯାଏ ସ୍କୁଲଗୁଡ଼ିକର ତାଲା ଖୋଲିଛି। ହେଲେ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟକୁ ପଠାଇବା ପାଇଁ ମା’ବାପା ସୁରକ୍ଷିତ ମଣୁନାହାନ୍ତି। ସବୁଠି ଚାପା ଉତ୍ତେଜନା। କେତେବେଳେ କେଉଁଠି ବୋମା ଫୁଟିବ କି ଗୁଳି ବର୍ଷା ହେବ କହିହେଉନାହିଁ। ସୁତରାଂ କୁହୁଳୁଥିବା କଶ୍ମୀରକୁ ଏବେ ନିଆଁର ଡର।


Enter your email to get our daily news in your inbox.

All Right Reserved By Dharitri.Com

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri