କେନ୍ଦ୍ର ଯୋଜନାକୁ ରାଜ୍ୟ ସରକାର ହଡ଼ପ କରିବା ପ୍ରତିବାଦ: ରାଜଭବନ ସମ୍ମୁଖରେ ଭାଜପାର ଧାରଣା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବିଜେଡି ନିଜ ନାମରେ କରୁଥିବା ଅଭିଯୋଗ ଆଣିଛି ଭାଜପା। ଏଥିସହ ଅନ୍ୟ ଚାରୋଟି ପ୍ରସଙ୍ଗକୁ ନେଇ ଭାଜପା ପକ୍ଷରୁ ଗୁରୁବାର ରାଜଭବନ ସମ୍ମୁଖରେ ଧାରଣା ଦିଆଯାଇଛି। ରାଜ୍ୟ ସରକାର ଚଞ୍ଚକତା କରି ବିଭିନ୍ନ କେନ୍ଦ୍ରୀୟ ଯୋଜନାକୁ ହଡ଼ପ କରିଚାଲିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ହାଉସିଂ ଫର୍‌ ଅଲ୍‌ ୨୦୨୨’ ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ସମସ୍ତଙ୍କୁ ପକ୍କା ଘର ଯୋଗାଇ ଦିଆଯାଉଛି। ଓଡ଼ିଶାରେ ଏହି ଯୋଜନାରେ ୧୬ଲକ୍ଷରୁ ଅଧିକ ଗୃହ ନିର୍ମାଣ ହୋଇଛି। ହେଲେ ଏହାକୁ ରାଜ୍ୟ ସରକାର ଅନୈତିକ ଏବଂ ଅଗଣତାନ୍ତ୍ରିକ ଭବେ ପରିବର୍ତ୍ତନ କରି ମୋ ଆବାସ ନାମରେ ରାଜ୍ୟବାସୀଙ୍କୁ ଠକି ଚାଲିଥିବା ଭାଜପା ପକ୍ଷରୁ କୁହାଯାଇଛି।

ତେବେ ବୁଧବାର ବିକ୍ଷୋଭ ନେଇ ଦଳର ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେବା ପରେ ଏହାକୁ ବିଜେଡି ପକ୍ଷରୁ ସମାଲୋଚନା କରାଯାଇଥିଲା। ଏନେଇ ପ୍ରତିକ୍ରିୟା ରଖି ବିଜେଡି ମୁଖପାତ୍ର ଅନୁଭବ ପଟ୍ଟନାୟକ କହିଥିଲେ, ଭାଜପା ପାଖରେ ଅନ୍ୟ କୌଣସି ପ୍ରସଙ୍ଗ ନ ଥିବାରୁ ଏଭଳି ବିଭ୍ରାନ୍ତିକର ତଥ୍ୟ ରଖି ଲୋକଙ୍କୁ ଭୁଆଁ ବୁଲାଉଛି। ରାଜ୍ୟ ସରକାର ପକ୍କା ଘର ନିର୍ମାଣ କ୍ଷେତ୍ରରେ ବାରମ୍ବାର କେନ୍ଦ୍ର ସରକାରଙ୍କ ପାଖରୁ ପୁରସ୍କୃତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେନ୍ଦ୍ର ୬୦ ପ୍ରତିଶତ ଏବଂ ରାଜ୍ୟ ୪୦ ପ୍ରତିଶତ ଅର୍ଥ ଦେଉଛି। ଅନ୍ୟାନ୍ୟ ଖର୍ଚ୍ଚ ମିଶାଇଲେ ଏହା କେନ୍ଦ୍ର ଭାଗଠାରୁ ଅଧିକ ହେବ। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହେଉଛନ୍ତି ସେମାନଙ୍କୁ ରାଜ୍ୟ ସରକାର ନିଜସ୍ବ ବିଜୁ ପକ୍କାଘର ଯୋଜନାରେ ଘର ଯୋଗାଇ ଦେଉଛନ୍ତି। ଏନେଇ ଭାଜପା ଅଯଥାରେ ରାଜନୀତି କରୁଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri