କେନ୍ଦ୍ର, ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ

କଟକ ଅଫିସ୍‌,୩୦।୪: ଲକ୍‌ଡାଉନ୍‌ ଯୋଗୁ ଏବେ ସମସ୍ତେ ପ୍ରଭାବିତ ହୋଇଛନ୍ତି। କିନ୍ତୁ ସରକାରଙ୍କ ଅଧିକାଂଶ ସହାୟତା କେବଳ ଗରିବ ଲୋକମାନେ ପାଉଥିବା ବେଳେ ମଧ୍ୟବିତ୍ତ ଏଥିରୁ ବଞ୍ଚିତ ହେଉଛନ୍ତି। ସେହିଭଳି ରୋଜଗାର ନ ଥିବା ଯୋଗୁ ଲୋକମାନେ ବିଦ୍ୟୁତ୍‌ ବିଲ୍‌ ଦେବା ଏବଂ ପିଲାମାନଙ୍କ ସ୍କୁଲ ଫି’ ଦାଖଲ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଣୁ ସମସ୍ତ ଗ୍ୟାସ୍‌ ଏବଂ ପିଡିଏସ୍‌ ସାମଗ୍ରୀ ପ୍ରଦାନ ସହ ବିଦ୍ୟୁତ୍‌ ବିଲ୍‌ ଏବଂ ସ୍କୁଲ ଫି’ ଛାଡ଼ କରିବା ପାଇଁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଏହାର ଶୁଣାଣି କରି ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ଲାଗି ନୋଟିସ୍‌ ଜାରି କରାଯାଇଛି। ପ୍ରହଲ୍ଲାଦ ରାଉତଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟ ବିଚାରପତି ଶତ୍ରୁଘ୍ନ ପୂଜାହାରୀ ଏବଂ ବିଚାରପତି କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନୋଟିସ୍‌ ଜାରି କରିଛନ୍ତି। ଏଥି ସହ କେନ୍ଦ୍ର ଗୃହ ମନ୍ତ୍ରଣାଳୟ, ରାଜ୍ୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ସଚିବ, ଉଚ୍ଚଶିକ୍ଷା ସଚିବ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ସଚିବ, ଶକ୍ତି ସଚିବ, ରାଜ୍ୟ ସ୍ବତନ୍ତ୍ର ରିଲିଫ୍‌ କମିଶନର, ଓଡିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି), ରାଜ୍ୟର ସମସ୍ତ ଡିସ୍‌କମ୍‌(ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ)ଙ୍କ ସହ ୧୩ ପକ୍ଷଙ୍କୁ ନୋଟିସ୍‌ ହୋଇଛି। ପୂର୍ବରୁ ଏନେଇ ରୁଜୁ ହୋଇଥିବା ଅନ୍ୟ ଏକ ଜନସ୍ବାର୍ଥ ମାମଲାକୁ ଏହା ସହିତ ମିଶାଇ ଶୁଣାଣି କରାଯିବ ବୋଲି ଉଲ୍ଲେଖ କରାଯାଇଛି।
ଆବେଦନକାରୀଙ୍କ ପକ୍ଷରୁ ଯୁକ୍ତି ଦର୍ଶାଯାଇଥିଲା ଯେ, ଯେଉଁମାନଙ୍କ ପାଖରେ ରାଶନ୍‌କାର୍ଡ଼ ଅଛି, ସେମାନେ ସରକାରଙ୍କ ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପାଇବା ସହ ‘ଉଜ୍ଜ୍ୱଳା’ ଯୋଜନାରେ ଗ୍ୟାସ୍‌ ପାଉଛନ୍ତିି। କିନ୍ତୁ ଏମାନଙ୍କୁ ଛାଡ଼ିଦେଲେ, ସମାଜରେ ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଲକ୍‌ଡାଉନ୍‌ ଯୋଗୁ ଗଭୀର ଭାବେ ପ୍ରଭାବିତ ହୋଇଛନ୍ତି। ସେମାନେ ସରକାରୀ ସହାୟତା ପାଉନାହାନ୍ତି। ସେମାନଙ୍କ ପକ୍ଷେ ଚଳିବା କଷ୍ଟକର ହୋଇପଡ଼ିଲାଣି। ବିଶେଷକରି ମଧ୍ୟବିତ୍ତ ଏବଂ ଛୋଟ ବ୍ୟବସାୟୀମାନେ ଏହା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଏମାନଙ୍କୁ ଅନ୍ତତଃ ଲକ୍‌ଡାଉନ୍‌ ଉଠିବା ପର୍ଯ୍ୟନ୍ତ ସରକାରୀ ସହାୟତାର ଆବଶ୍ୟକତା ରହିଛି। ଅନ୍ୟ ଏକ ସମସ୍ୟା ହେଲା ବିଦ୍ୟୁତ୍‌ ଦେୟ। ରୋଜଗାର ନ ଥିବା ଯୋଗୁ ଦାନା ଯୋଗାଡ଼ କରିବା କଷ୍ଟ ହେଉଥିବା ବେଳେ ସେମାନେ ବିଦ୍ୟୁତ୍‌ ବିଲ୍‌ ପଇଠ ପାଇଁ ଟଙ୍କା ଆଣିବେ କେଉଁଠୁ। କେବଳ ଘରୋଇ ଉପଭୋକ୍ତା ନୁହନ୍ତି, ଛୋଟ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ମଧ୍ୟ ବିଲ୍‌ ପଇଠ କରିପାରିବେ ନାହିଁ। ଏଣୁ ଘରୋଇ ଉପଭୋକ୍ତାଙ୍କୁ ସମ୍ପୂର୍ଣ୍ଣ ବିଦ୍ୟୁତ୍‌ ଦେୟ ଛାଡ କରାଯାଉ। ବ୍ୟବସାୟିକ ବିଦ୍ୟୁତ୍‌ ସଂଯୋଗକାରୀଙ୍କ କ୍ଷେତ୍ରରେ ଡିମାଣ୍ଡ ଚାର୍ଜ, ଇଲେକ୍ଟ୍ରିସିଟି ଡ୍ୟୁଟି ଛାଡ କରିବା ପାଇଁ ଆବେଦନରେ ପ୍ରାର୍ଥନା କରାଯାଇଛି। ସେହିଭଳି ସମସ୍ତ ପ୍ରକାର ସ୍କୁଲ ଫି’ ମଧ୍ୟ ଛାଡ଼ କରାଯିବାକୁ କୁହାଯାଇଛି। ଏ ସମସ୍ତ ଆବେଦନ ଉପରେ ହାଇକୋର୍ଟ ବୁଧବାର ଶୁଣାଣିକରି ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ରଞ୍ଜନ କୁମାର ରାଉତ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri