କେନ୍ଦ୍ର ସମତୁଲ ମହଙ୍ଗା ଭତ୍ତା ଦାବି ନେଇ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୦ା୨ – ବ୍ରହ୍ମପୁରସ୍ଥ ଦକ୍ଷିଣାଞ୍ଚଳ ଆରଡିସି ଅଫିସ ଆଗରେ ବୁଧବାର ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଗଞ୍ଜାମ ଜିଲା ଶାଖା ପକ୍ଷରୁ ବିକ୍ଷୋଭ କରାଯାଇଥିଲା। ଅବସରପ୍ରାପ୍ତ କର୍ମଚାରୀ ଓ ଶିକ୍ଷକଙ୍କୁ କେନ୍ଦ୍ର ସମତୁଲ ମହଙ୍ଗା ଭତ୍ତା ପ୍ରଦାନ ଦାବି ନେଇ ଆନ୍ଦୋଳନ ସୂତ୍ରପାତ ହୋଇଥିଲା। ଦାବି ସମ୍ବଳିତ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆରଡିସିଙ୍କୁ ପ୍ରଦାନ କରାଯାଇଥିଲା। ରାଜ୍ୟ ସମ୍ପାଦକ ଶ୍ୟାମ ସୁନ୍ଦର ଖାଡ଼ଙ୍ଗା, ଜିଲା ସଭାପତି ରଜନୀକାନ୍ତ ମଣ୍ଡଳ, କାର୍ଯ୍ୟକାରୀ ସଭାପତି ପ୍ରଦୀପ କୁମାର ସାହୁ ଓ ସମ୍ପାଦକ ରାଜେନ୍ଦ୍ର କୁମାର ପଣ୍ଡା ନେତୃତ୍ୱ ନେଇଥିବା ବେଳେ ଅନେକ ପେନସନଭୋଗୀ ଏଥିରେ ସାମିଲ ହୋଇଥିଲେ।
ଆନ୍ଦୋଳନ ସ୍ଥଳରେ ମଞ୍ଚ ନେତାଙ୍କ କହିବାନୁସାରେ, କେନ୍ଦ୍ର ସରକାର ଗତବର୍ଷ ଜୁଲାଇରେ ୫% ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିଥିବା ବେଳେ ରାଜ୍ୟ ସରକାର କର୍ମଚାରୀ ଓ ପେନସନ ଭୋଗୀଙ୍କ ପାଇଁ ଗତ ଜାନୁୟାରୀରୁ କାର୍ଯ୍ୟକାରୀ କରିଛନ୍ତି। ଫଳରେ ରାଜ୍ୟର କର୍ମଚାରୀ ଏବଂ ପେନସନ ଭୋଗୀ ୬ ମାସର ବର୍ଦ୍ଧିତ ମହଙ୍ଗା ଭତ୍ତା ପାଇନାହାନ୍ତି। ବକେୟା ପ୍ରାପ୍ୟ ଅବିଳମ୍ବେ ଦେବା ପାଇଁ ଦାବି କରାଯାଇଛି। ଓଡ଼ିଶା ପାଇପ ଜଳ କର୍ମଚାରୀ ସଂଘ ସ୍ଥାନୀୟ ଶାଖା ପକ୍ଷରୁ ମଧ୍ୟ ଅନୁରୂପ ଦାବି କରାଯାଇ ମଞ୍ଚ ଆନ୍ଦୋଳନରେ ସାମିଲ ହୋଇଥିଲା।
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ଭଳି ରାଜ୍ୟ ସରକାର ପେନସନ ଭୋଗୀଙ୍କୁ ମାସିକ ହଜାରେ ଟଙ୍କା ମେଡିକାଲ ଆଲାଉନ୍ସ ଦେବା ଏବଂ ସର୍ବନିମ୍ନ ପେନସନ ମାସିକ ୯ ହଜାର ଟଙ୍କା ଧାର୍ଯ୍ୟ କରିବାକୁ ମଞ୍ଚ ଦାବି କରିଛି। ଉପରୋକ୍ତ ଦାବିଗୁଡ଼ିକ ତୁରନ୍ତ ପୂରଣ କରା ନ ଗଲେ ମଞ୍ଚ ଆନ୍ଦୋଳନକୁ ଓହ୍ଲାଇବାର ସ୍ମାରକପତ୍ରରେ ସ୍ପଷ୍ଟ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ...

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର...

ପଦ୍ମନାଭପୁର ଶିଶୁ ମନ୍ଦିରର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ‘ଶ୍ରୀଧାମ’ ଆବାସିକ ବିଦ୍ୟାଳୟର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri