Posted inଜାତୀୟ

କେନ୍ଦ୍ର ସରକାରଙ୍କ ଛାତ୍ରବୃତ୍ତି ଯୋଜନା: ୮୮ ଲକ୍ଷ ମୁସଲମାନ ଛାତ୍ରୀଛାତ୍ର ଉପକୃତ; ହିନ୍ଦୁ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୫ ଲକ୍ଷ ୨୦ ହଜାର

ନୂଆଦିଲ୍ଲୀ,୧୫।୬: କେନ୍ଦ୍ର ସରକାରଙ୍କ ଛାତ୍ରବୃତ୍ତି ଯୋଜନା ଅନ୍ତର୍ଗତ ୨୦୧୮-୧୯ ବର୍ଷରେ ମୋଟ ଏକ କୋଟି ୮ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମୁସଲମାନ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୮୮ ଲକ୍ଷ ଥିବାବେଳେ ହିନ୍ଦୁ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୫ ଲକ୍ଷ ୨୦ ହଜାର ରହିଛି। ସେହିପରି ଏହି ଯୋଜନାରେ ୮ଲକ୍ଷ ୨୬ ହଜାର ଖ୍ରୀଷ୍ଟିଆନ୍‌, ୫ ଲକ୍ଷ ୪୫ ହଜାର ଶିଖ୍‌, ଏକ ଲକ୍ଷ ୯୪ ହଜାର ବୌଦ୍ଧ ଏବଂ ଏକଲକ୍ଷ ୭ ହଜାର ଜୈନ ଛାତ୍ରୀଛାତ୍ର ରହିଛନ୍ତି। ଏସମ୍ପର୍କରେ ଇଲୋକ୍ଟନିକ୍ସ୍‌ ଏବଂ ସୂଚନା ପ୍ରାଦ୍ୟୋଗିକ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ଜାତୀୟ ଛାତ୍ରବୃତ୍ତି ପୋର୍ଟାଲ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ଏଥିପାଇଁ ଏକକୋଟି ୪୦ ଲକ୍ଷ ଛାତ୍ରୀଛାତ୍ର ଆବେଦନ କରିଥିଲେ। ଏଥିଲାଗି ୨ ହଜାର ଏକଶହ ୫୭ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ସର୍ବାଧିକ ପଶ୍ଚିମବଙ୍ଗ, କର୍ନାଟକ, ଉତ୍ତରପ୍ରଦେଶ,ମହାରାଷ୍ଟ୍ର ଓ କେରଳ ଆଦି ୫ ରାଜ୍ୟ ରହିଥିବା ରିପୋର୍ଟରେ ଦର୍ଶାଯାଇଛି। ଏହି ଯୋଜନାରେ ସର୍ବାଧିକ ୩ଶହ ୩୬ କୋଟି ଟଙ୍କା ଉତ୍ତରପ୍ରଦେଶକୁ ଦିଆଯାଇଥିବା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri