କେନ୍ଦ୍ର ସରକାରଙ୍କ ପୋଷ୍ଟର, ବ୍ୟାନର ହଟାଯାଉ: ବିଜେଡି

ଭୁବନେଶ୍ୱର,୧୯।୧(ବ୍ୟୁରୋ): ପେଟ୍ରୋଲ ପମ୍ପ, ଜାତୀୟ ରାଜପଥ କଡ଼, ରେଳ ଷ୍ଟେଶନ, ବିମାନବନ୍ଦର ସମେତ ବିଭିନ୍ନ କେନ୍ଦ୍ରୀୟ ପ୍ରତିଷ୍ଠାନରେ ଲାଗିଥିବା କେନ୍ଦ୍ର ସରକାରଙ୍କ ପୋଷ୍ଟର ବ୍ୟାନରକୁ ହଟାଇବାକୁ ବିଜେଡି ଦାବି କରିଛି। ମଙ୍ଗଳବାର ଏ ସଂକ୍ରାନ୍ତରେ ବିଜେଡିର ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ଉପରୋକ୍ତ ସ୍ଥାନରେ ଲାଗିଥିବା କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ, ଯୋଜନା, ପ୍ରକଳ୍ପ ଆଦିର ପୋଷ୍ଟର ଓ ବ୍ୟାନର ଆଦର୍ଶ ଆଚରଣ ବିଧିକୁ ଉଲ୍ଲଂଘନ କରୁଛି। ରାଜ୍ୟରେ ହେଉଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧି ଲାଗୁ ଘୋଷଣା କରିବା ସହିତ ସରକାରୀ ଯୋଜନାର ପୋଷ୍ଟର, ବ୍ୟାନରଗୁଡ଼ିକୁ ତୁରନ୍ତ ହଟାଇନେବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିୟମ ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଲାଗୁ ହେବ। ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରୁଥିବା ଭାଜପା ଶାସିତ କେନ୍ଦ୍ର ସରକାରଙ୍କ ଏହି ପୋଷ୍ଟର ଓ ହୋର୍ଡିଂ ହଟାଇବା ପାଇଁ ନିର୍ବାଚନ କମିଶନକୁ ଦାବିପତ୍ର ଦେବାକୁ ଯାଇଥିବା ବିଜେଡି ନେତାଙ୍କ ମଧ୍ୟରେ ଏମ୍‌ପି ସସ୍ମିତ ପାତ୍ର, ଲେନିନ୍‌ ମହାନ୍ତି, ଶ୍ରୀମୟୀ ମିଶ୍ର, ସୁଲତା ଦେଓ ଓ ଈପ୍ସିତା ସାହୁ ପ୍ରମୁଖ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri