କେନ୍ଦ୍ର ସରକାରଙ୍କ ପୋଷ୍ଟର, ବ୍ୟାନର ହଟାଯାଉ: ବିଜେଡି

ଭୁବନେଶ୍ୱର,୧୯।୧(ବ୍ୟୁରୋ): ପେଟ୍ରୋଲ ପମ୍ପ, ଜାତୀୟ ରାଜପଥ କଡ଼, ରେଳ ଷ୍ଟେଶନ, ବିମାନବନ୍ଦର ସମେତ ବିଭିନ୍ନ କେନ୍ଦ୍ରୀୟ ପ୍ରତିଷ୍ଠାନରେ ଲାଗିଥିବା କେନ୍ଦ୍ର ସରକାରଙ୍କ ପୋଷ୍ଟର ବ୍ୟାନରକୁ ହଟାଇବାକୁ ବିଜେଡି ଦାବି କରିଛି। ମଙ୍ଗଳବାର ଏ ସଂକ୍ରାନ୍ତରେ ବିଜେଡିର ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ଉପରୋକ୍ତ ସ୍ଥାନରେ ଲାଗିଥିବା କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ, ଯୋଜନା, ପ୍ରକଳ୍ପ ଆଦିର ପୋଷ୍ଟର ଓ ବ୍ୟାନର ଆଦର୍ଶ ଆଚରଣ ବିଧିକୁ ଉଲ୍ଲଂଘନ କରୁଛି। ରାଜ୍ୟରେ ହେଉଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧି ଲାଗୁ ଘୋଷଣା କରିବା ସହିତ ସରକାରୀ ଯୋଜନାର ପୋଷ୍ଟର, ବ୍ୟାନରଗୁଡ଼ିକୁ ତୁରନ୍ତ ହଟାଇନେବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିୟମ ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଲାଗୁ ହେବ। ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରୁଥିବା ଭାଜପା ଶାସିତ କେନ୍ଦ୍ର ସରକାରଙ୍କ ଏହି ପୋଷ୍ଟର ଓ ହୋର୍ଡିଂ ହଟାଇବା ପାଇଁ ନିର୍ବାଚନ କମିଶନକୁ ଦାବିପତ୍ର ଦେବାକୁ ଯାଇଥିବା ବିଜେଡି ନେତାଙ୍କ ମଧ୍ୟରେ ଏମ୍‌ପି ସସ୍ମିତ ପାତ୍ର, ଲେନିନ୍‌ ମହାନ୍ତି, ଶ୍ରୀମୟୀ ମିଶ୍ର, ସୁଲତା ଦେଓ ଓ ଈପ୍ସିତା ସାହୁ ପ୍ରମୁଖ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?