କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତିର ପ୍ରତିବାଦ: ଜୀବନଯାତ୍ରା ପ୍ରଭାବିତ

ସୁନ୍ଦରଗଡ଼,୮।୧(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣନୀତି ପ୍ରତିବାଦରେ ବୁଧବାର କେନ୍ଦ୍ରୀୟ ଶ୍ରମିକ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ପ୍ରଭାବ ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି। ଜିଲାରେ ଏଆଇଟିୟୁସି ନେତୃତ୍ୱରେ ବିଭିନ୍ନ ଶ୍ରମିକ ସଂଗଠନ ଏହି ବନ୍ଦ ଆନ୍ଦୋଳନରେ ସାମିଲ ହୋଇଛନ୍ତି। କଂଗ୍ରେସ ମଧ୍ୟ ଆନ୍ଦୋଳନକୁ ସମର୍ଥନ ଜଣାଇ ସାମିଲ ହୋଇଛି। କାଁ ଭାଁ ଦୁଇ ଚକିଆ ଓ ଅଟୋ ଚଳାଚଳକୁ ବାଦ୍‌ ଦେଲେ ଯାତ୍ରୀବାହୀ ବସ୍‌ ଓ ଅନ୍ୟାନ୍ୟ ଯାନବାହନ ଚଳାଚଳ ତଥା ଦୋକାନ ବଜାର ବନ୍ଦରହିଛି। ବ୍ୟାଙ୍କ, ଡାକ ବିଭାଗ କାର୍ଯ୍ୟାଳୟ ବନ୍ଦ ଥିବା ବେଳେ କଂଗ୍ରେସ ଓ ଶ୍ରମିକ ସଂଗଠନଗୁଡିକ କୋର୍ଟ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟ ବନ୍ଦ କରି ଦେଇଛନ୍ତି। ହେମଗିରି ବସୁନ୍ଧରା, କୁଲଡ଼ା ଓ ଡୁଲିଙ୍ଗାକୋଇଲା ଖଣିରୁ ମଧ୍ୟ କୋଇଲା ପରିବହନ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି।
ଏଆଇଟିୟୁସି ରାଜ୍ୟ ସଭାପତି ଅଶୋକ ଦାଶ ଡାକ କର୍ମଚାରୀ ସଂଘର ହର୍ଷରାମ ପଟେଲ, ଶକ୍ତି ସିଂ, ରାଜୀବ ଗୌଡ଼, ଭୀଷ୍ମ ସେଠୀ, ମଳୟ ହୋତା, ହୀରା ବିଦ୍ୟୁତ୍‌ କର୍ମଚାରୀ ସଂଘର ଶତ୍ରୁଘ୍ନ ସାହୁ, ସର୍ବ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘର କିଶୋର ଧୁରୁଆ, ଶ୍ରୀପତି ମାଝି, ଜୀବନ ବୀମା କର୍ମଚାରୀ ସଂଘର ନିକୋଲାସ କୁଜୁର, ରତନ ବାଗ,ମୁନା ଶର୍ମା, ଆକାଶ ପଟେଲ, ସୁରେଶ ପଟେଲ, ଜିଲା କଂଗ୍ରେସର ରାଜ କିଶୋର ଷଡ଼ଙ୍ଗୀ, ବେଣୁମାଧବ ତ୍ରିପାଠୀ, ଦୁଷ୍ମନ୍ତ ନାଏକ ପ୍ରମୁଖ ଆନ୍ଦୋଳନରେ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri