କେବଳ ମୁଶରଫ ନୁହନ୍ତି; ବିଶ୍ୱର ଏହି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ବି ଦିଆଯାଇଥିଲା ମୃତ୍ୟୁ ଦଣ୍ଡାଦେଶ

ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ତଥା ସେନାଧ୍ୟକ୍ଷ ପରଭେଜ ମୁଶରଫଙ୍କୁ ଦେଶଦ୍ରୋହ ମାମଲାରେ ପାକିସ୍ତାନ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ସହ ମୃତ୍ୟୁଦଣ୍ଡ ଦେଇଛନ୍ତି। ମୁଶାରଫଙ୍କ ବିରୋଧରେ ରୁଜୁ ହୋଇଥିବା ଦେଶଦ୍ରୋହ ଓ ଦେଶ ବିରୋଧରେ ଷଡଯନ୍ତ୍ର କରୁଥିବା ମାମଲାର ଶୁଣାଣି କରି ସ୍ବତନ୍ତ୍ର ପେଶୱାର କୋର୍ଟ ଏହି ରାୟ ଦେଇଛନ୍ତି। ପାକିସ୍ତାନ ଇତିହାସରେ ପ୍ରଥମଥର ପାଇଁ କୌଣସି ବ୍ୟକ୍ତିଙ୍କୁ ସ୍ବତନ୍ତ୍ର କୋର୍ଟ ମୃତ୍ୟୁଦଣ୍ଡରେ ଦଣ୍ଡିତ କରିଛନ୍ତି। କେବଳ ମୁଶରଫ ନୁହନ୍ତି, ପୂର୍ବରୁ ବିଶ୍ୱର ଅନେକ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ ସେଠାକାର ଅଦାଲତ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ରୋମାନିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଆୟନ ଆଣ୍ଟୋନେସ୍କୁଙ୍କ ଯୁଦ୍ଧ ଅପରାଧ, ଶାନ୍ତି ଭଙ୍ଗ ଏବଂ ରାଜଦ୍ରୋହ ମାମଲାରେ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଥିଲା। ବୁଲ୍‌ଗେରିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଇଭାନ ଇଭାନୋଭ ବାଗ୍ରିଆନୋଭଙ୍କୁ ଯୁଦ୍ଧ ଅପରାଧ ମାମଲାରେ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଥିଲା। ସେହିପରି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଜୁଲ୍ଫିକର ଅଲ୍ଲୀ ଭୁଟ୍ଟୋଙ୍କୁ ମଧ୍ୟ ପାକିସ୍ତାନ ସୁପ୍ରିମକୋର୍ଟ ମୃତ୍ୟୁ ଦଣ୍ଡାଦେଶ ଦେଇଥିଲେ। ବୁଲଗେରିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଡୋବରି ବୋଝିଲୋଭଙ୍କୁ ଯୁଦ୍ଧ ଅପରାଧ ପାଇଁ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଥିଲା। ହିଦେକି ତୋଜୋ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଥିଲେ। ତାଙ୍କୁ ୧୯୪୮ରେ ସୈନ୍ୟ ଅପରାଧୀ ଭାବେ ଫାଶୀ ଦିଆଯାଇଥିଲା। ଇରାକର ପୂର୍ବତନ ରାଷ୍ଟ୍ରପତି ସଦାମ ହୁସେନଙ୍କୁ ମଧ୍ୟ ଫାଶୀ ଦଣ୍ଡାଦେଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri