Posted inଜାତୀୟ

କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ମାମଲା: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ହୋଇଥିବା ଗ୍ୟାସ ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀଙ୍କ ସହ କଥା ହୋଇଛନ୍ତି। ଏହାସହ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଓ ନ୍ୟାଶନାଲ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏନ୍‌ଡିଏମ୍‌ଏ) ଅଧିକାରୀମାନଙ୍କ ସହ ମଧ୍ୟ କଥା ହୋଇଛନ୍ତି। ମୋଦି କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସ୍ଥିତି ଉପରେ ନଜର ରଖିଛି ଯେତେ ସମ୍ଭବ ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ। ଏହାସହ ପ୍ରଧାନମନ୍ତ୍ରୀ ସମସ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଭାଇଜାକ ଗସ୍ତ କରି ହସ୍ପିଟାଲରେ ଥିବା ଆହତଙ୍କୁ ଭେଟିବା ସହ ସ୍ଥିତି ପରଖିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଏହି ଗ୍ୟାସ୍‌ ଲିକ୍‌ ଘଟଣାରେ ଏବେ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଓ ୫ ହଜାରରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇପଡିଛନ୍ତି। ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମଧ୍ୟ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ସମ୍ପାଦନ କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri