କେରଳରୁ ଫେରିଲେ ୯ ପ୍ରବାସୀ ଓଡ଼ିଆ ଶ୍ରମିକ

ପାଟଣା, ୪ା୫(ସ୍ବ.ପ୍ର.)-କରୋନା ସଂକ୍ରମଣ ସକାଶେ ଦେଶ ଲକ୍‌ଡାଉନ ରହିଛି। ରାଜ୍ୟ ବାହାରକୁ କେରଳ, ତାମିଲନାଡୁ, ଚେନ୍ନାଇ, ମହାରାଷ୍ଟ୍ର ଓ ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇଥିବା କେନ୍ଦୁଝର ଜିଲା ପାଟଣା ବ୍ଲକରୁ ୧୨ଶହ ଶ୍ରମିକ ଫସିରହିଛନ୍ତି। ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତରୁ କାମ କରିବାକୁ କେରଳ ରାଜ୍ୟର ଏର୍ଣ୍ଣ।କୁଲମ ଜିଲା ଆସମାନୁର ଉଡ଼ତାଲିଠାରେ ରହି ଏକ ପ୍ଲାଇବୋର୍ଡ କମ୍ପାନୀରେ କାମ କରୁଥିବା ୯ଜଣ ପ୍ରବାସୀ ଓଡ଼ିଆ ଶ୍ରମିକଙ୍କ ସହ ୩ଶିଶୁ ରବିବାର ରାତିରେ ପାଟଣା ମୁଖ୍ୟାଳୟସ୍ଥିତ ଫିଭର କ୍ଲିନିକରେ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ କଣ୍ଟିଆପଡାସ୍ଥିତ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯିବ ବୋଲି ପାଟଣା ବିଡ଼ିଓ ଈଶ୍ୱରଚନ୍ଦ୍ର ନାଏକ, ଥାନାଧିକାରୀ ସନ୍ଧ୍ୟାରାଣୀ ଜେନା ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୁପ୍ରକାଶ ଶତପଥୀ ସୂଚନା ଦେଇଛନ୍ତି। ଉକ୍ତ କମ୍ପାନୀ ତରଫରୁ ସମସ୍ତ ଖାଦ୍ୟ ପଦାର୍ଥ ଦିଆଯାଉଥିଲା ବୋଲି ଶ୍ରମିକମାନେ ପ୍ରକାଶ କରିଛନ୍ତି। ଏହି ଶ୍ରମିକମାନଙ୍କ ୧ମାସର ଦରମା ପାଇ ନ ଥିବା କହିଛନ୍ତି। ଶ୍ରମିକମାନେ କେନ୍ଦ୍ର ସରକାରଙ୍କ ସହାୟତାରେ ସ୍ବତନ୍ତ୍ର ଟ୍ରେନ ଯୋଗେ ଶୁକ୍ରବାର ରାତି୧୦ଟାରେ କେରଳର ଏର୍ଣ୍ଣାକୁଲମ ଷ୍ଟେଶନରୁ ବାହାରି ରବିବାର ସକାଳେ ଖୋର୍ଦ୍ଧା ଷ୍ଟେଶନରେ ଓହ୍ଲାଇ ରାଜ୍ୟ ସରକାରଙ୍କ ଦ୍ୱାରା ବ୍ୟବସ୍ଥା କରାଯାଇଥିବା ଏକ ବସ୍‌ ଯୋଗେ କେନ୍ଦୁଝର ଜିଲାକୁ ଆସି ପହଞ୍ଚିଥିଲେ। ପ୍ରଶାସନ ସମସ୍ତ ଶ୍ରମିକଙ୍କୁ ନିଜ ନିଜ ଗ୍ରାମରେ ପହଞ୍ଚାଯାଇଛନ୍ତି। ପଞ୍ଚାୟତରେ ନିର୍ମିତ ହୋଇଥିବା କ୍ୱାରାଣ୍ଟାଇନ ଗୃହରେ ୧୪ଦିନ ସଙ୍ଗରୋଧରେ ରହିବା ପରେ ନିଜ ଘରକୁ ଯିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri