କେରଳରୁ ରାୟଗଡ଼ା ଷ୍ଟେଶନରେ ପହଞ୍ଚିଲେ ୧୦୭୪ ପ୍ରବାସୀ

ରାୟଗଡ଼ା ଅଫିସ,୭।୬: କେରଳରେ କାମ କରୁଥିବା ପ୍ରବାସୀ ଶ୍ରମିକ ସତନ୍ତ୍ର ଟ୍ରେନ ଯୋଗେ ଫେରିଛନ୍ତି। ୧୦୭୪ ଜଣ ପ୍ରବାସୀ ଶ୍ରମିକ କେରଳର ଆଲ୍ଲେପି ସମ୍ବଲପୁର ଟ୍ରେନରେ ରାୟଗଡ଼ା ଷ୍ଟେଶନରେ ପହଞ୍ଚିଛନ୍ତି । ଏତେ ସଂଖ୍ୟକ ପ୍ରବାସୀଙ୍କ ଆସିବା ଫଳରେ ଷ୍ଟେଶନ ଲୋକାରଣ୍ୟ ହୋଇଥିଲା। ଲକ୍‌ଡାଉନ୍‌ ଯୋଗୁ ବିଭନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଶ୍ରମିକମାନେ ନିଜନିଜ ଭିଟା ମାଟିକୁ ଫେରିବା ନିମନ୍ତେ ପଞ୍ଜିକୃତ କରିଥିଲେ। ସ୍ବତନ୍ତ୍ର ଶ୍ରମିକ ଟ୍ରେନ(୦୬୧୧୪)ନଂ.ରେ ଆସୁଥିବା ଖବର ରେଳ ବିଭାଗ ପକ୍ଷରୁ ଶନିବାର ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କୁ ଜଣାଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଶ୍ରମିକମାନଙ୍କୁ ସ୍ବାଗତ କରିବା ପାଇଁ ରାୟଗଡ଼ା ଷ୍ଟେଶନରେ ଜିଲା ଅଧିକାରୀମାନେ ରବିବାର ଭୋର୍‌ରୁ ସମସ୍ତ ପ୍ରକାର ବ୍ୟବସ୍ଥା କରି ଉପସ୍ଥିତ ରହିଥିଲେ। ସେଥିମଧ୍ୟରୁ ନବରଙ୍ଗପୁର ଜିଲାର ୨୯୭, କୋରପୁଟର ୨୯୨, ରାୟଗଡ଼ାର ୭୬ କନ୍ଧମାଳରୁ ୧୨୧, ଗଜପତି ୨୫, କଳାହାଣ୍ଡି ଜିଲାର ୭୯ ଓ ଗଞ୍ଜାମର ୧୮୪ ଜଣ ଶ୍ରମିକ ଆସିଥିଲେ । ସର୍ବମୋଟ ୧୦୭୪ଜଣ ଶ୍ରମିକ ଆଜି ରାୟଗଡ଼ାରେ ପହଞ୍ଚିଛନ୍ତି । ପ୍ରବାସୀ ଶ୍ରମିକ ଆସିବା ଖବର ପାଇ ପ୍ରଶାସନ ତରଫରୁ ଶନିବାର ସ୍ଥାନୀୟ ଗଜପତି ଛକରୁ ସାଇ ଇଣ୍ଟରନ୍ୟାଶନାଲ ଛକ ପର୍ଯ୍ୟନ୍ତ ଓ ଷ୍ଟେଶନ ଏରିଆରେ ୧୪୪ ଧାରା ଜାରି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri