Posted inଫୁରସତ

କେରଳର ସମସ୍ତ ପ୍ରାଥମିକ ସ୍କୁଲ ହାଇଟେକ୍‌ : ୪୫ ହଜାର ସ୍ମାର୍ଟକ୍ଲାସ

କେରଳରେ ସମସ୍ତ ପ୍ରାଥମିକ ସ୍କୁଲକୁ ହାଇଟେକ୍‌ କରାଯାଇଛି। ଯାହା ଦେଶରେ ପ୍ରଥମ। ଏଠାରେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ୪୫ ହଜାର କ୍ଲାସରୁମ୍‌ରେ ପ୍ରୋଜେକ୍ଟର, ସ୍କ୍ରିନ୍‌, ଲାପ୍‌ଟପ୍‌ ଏବଂ ଇଣ୍ଟରନେଟ୍‌ ସୁବିଧା ରହିଛି। ଖାସ୍‌ ଏଥିପାଇଁ ୪୦ ହଜାରରୁ ଅଧିକ ଛାତ୍ରୀଛାତ୍ର ଚଳିତବର୍ଷ ଆଡମିଶନ ନେଇଛନ୍ତି। ୨୦୧୬ରେ ଯେଉଁ ସ୍କୁଲର ଛାତ୍ରୀଛାତ୍ରଙ୍କ ସଂଖ୍ୟା ୫ ହଜାରରୁ କମ୍‌ ଥିଲା ବର୍ତ୍ତମାନ ସେହି ସ୍କୁଲରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ଢେର ଅଧିକ। ଏମିତିକି କିଛି ସ୍କୁଲରେ ଉପସ୍ଥାନ ସଂଖ୍ୟା କମ୍‌ ଯୋଗୁ ବନ୍ଦ ହେବାକୁ ବସିଥିଲା। କିନ୍ତୁ ବର୍ତ୍ତମାନ ଏହି ସ୍କୁଲଗୁଡ଼ିକରେ ଆଡ୍‌ମିଶନ ପାଇଁ ଲମ୍ବା ଲାଇନ୍‌ ଲାଗୁଛି। ବର୍ତ୍ତମାନର ସରକାର ୧୪୧ ସ୍କୁଲକୁ ବିଶ୍ୱସ୍ତରରେ ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖିଛନ୍ତି। ରାଜ୍ୟର ସମସ୍ତ ପ୍ରାଥମିକ ସ୍କୁଲକୁ ହାଇଟେକ୍‌ କରାଯିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୯୯୪୧ ପ୍ରାଥମିକ ସ୍କୁଲରେ ୨୩ ହଜାର ୧୭୦ଟି ମଲ୍‌ଟିମିଡିଆ ପ୍ରୋଜେକ୍ଟର, ୫୫୦୮୬ଟି ଲାପ୍‌ଟପ ଏବଂ ୟୁଏସ୍‌ବି ସ୍ପିକର ଲଗାଯିବା ପାଇଁ ଯୋଜନା ରଖାଯାଇଛି। ସ୍କୁଲଗୁଡ଼ିକର ବିକାଶ ପାଇଁ ଏକ ସରକାରୀ ଏଜେନ୍ସିକୁ ଦାୟିତ୍ୱ ଦିିଆଯାଇଛି। ପ୍ରୋଜେକ୍ଟ ଆରମ୍ଭରୁ ପ୍ରତି ବିଧାନସଭା କ୍ଷେତ୍ରର ଗୋଟିଏ ଗୋଟିଏ ସରକାରୀ ସ୍କୁଲ ପ୍ରାୟ ୧୪୧ଟି ସ୍କୁଲରେ ଏହି ସୁବିଧା ଉପଲବ୍ଧ ହେବ। ଏହି ପୋଜେକ୍ଟ ଶିକ୍ଷାବର୍ଷ ୨୦୧୯-୨୦ ମଧ୍ୟରେ ସମ୍ପୂର୍ଣ୍ଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri