କେରଳ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଏସ୍‌ଡିଏ ଅଧ୍ୟକ୍ଷ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ) ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଶୁକ୍ରବାର କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ କେ.କେ. ଶୈଳଜା ଟିଚରଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ଓଏସ୍‌ଡିଏ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଶୈଳଜା ବୁଝିଥିଲେ। ସମଗ୍ର ଦେଶରେ ଯୁବଗୋଷ୍ଠୀଙ୍କ ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ହୋଇଛି। ଆଗାମୀ ଦିନରେ ଦକ୍ଷତା ବିକାଶ କ୍ଷେତ୍ରରେ ଥିବା ସୁଯୋଗ ଉପରେ ଉଭୟଙ୍କ ମଧ୍ୟରେ ଆଲୋଚନା କରାଯାଇଥିଲା।
କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ ଶୈଳଜା କହିଥିଲେ ଯେ, କେରଳ ସରକାର ମହିଳାଙ୍କ ସଶକ୍ତୀକରଣକୁ ସର୍ବାଧିକ ପ୍ରାଥମିକତା ଦେଇଥାଆନ୍ତି। ସେଠାକାର ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ବିଭାଗ ଅଧୀନରେ ଜେଣ୍ଡର ପାର୍କ ଭଳି କାର୍ଯ୍ୟକ୍ରମର ପଦକ୍ଷେପ ନିଆଯାଇଛି। ଏଥିରେ ମହିଳାଙ୍କ ବିକାଶ ପାଇଁ ନୀତି ନିର୍ଦ୍ଧାରଣ କରାଯାଇଥାଏ। ଓଏସ୍‌ଡିଏ ଦ୍ୱାରା ପରିଚାଳିତ ନାନୋ ୟୁନିକର୍ନ ଯୋଜନା ସମ୍ପର୍କରେ ଜାଣିବା ପାଇଁ କେରଳ ସରକାର ଆଗ୍ରହୀ। ଏହା ମାଧ୍ୟମରେ ତୃଣମୂଳସ୍ତରରେ ଅନେକ କ୍ଷୁଦ୍ର ବ୍ୟବସାୟୀ ଉପକୃତ ହୋଇ ସ୍ବାବଲମ୍ବୀ ହୋଇପାରିଛନ୍ତି। ୟୁଏନ୍‌ ଓମେନ୍‌ ସହାୟତାରେ କେରଳରେ ‘ଇଣ୍ଟରନ୍ୟାଶନାଲ ଓମେନ୍ସ ଟ୍ରେଡ୍‌ ସେଣ୍ଟର’ ଖୋଲାଯିବ ବୋଲି କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ ସୂଚନା ଦେଇଥିଲେ। ଅପରପକ୍ଷରେ ଓଡ଼ିଆ ଯୁବକ ଦକ୍ଷତା ବିକାଶ ପାଇଁ କେରଳ ସହ ରାଜିନାମା ସ୍ବାକ୍ଷର ପାଇଁ ଓଏସ୍‌ଡିଏ ଅଧ୍ୟକ୍ଷ ପ୍ରସ୍ତାବ ଦେଇଥିଲେ। ବିଭିନ୍ନ ବିଷୟରେ ଦକ୍ଷତା ଅର୍ଜନ କରୁଥିବା ଯୁବତୀଯୁବକଙ୍କ ନିଯୁକ୍ତ ଉପରେ ମଧ୍ୟ ବାଗ୍‌ଚୀ ଗୁରୁତ୍ୱ ପ୍ରଦାନ କରିଥିଲେ। ବିଶେଷଭାବେ ବର୍ତ୍ତମାନ ବାଙ୍ଗାଲୋରରେ ପଞ୍ଚକର୍ମ ବିଦ୍ୟା ଶିକ୍ଷା କରୁଥିବା ଯୁବବର୍ଗର ନିଯୁକ୍ତି ସମ୍ପର୍କିତ ପ୍ରସଙ୍ଗ ଉପସ୍ଥାପନ କରିଥିଲେ। ସେହିଭଳି କେରଳ ରାଜ୍ୟରେ କାର୍ଯ୍ୟରତ ଓଡ଼ିଶାର କୁଶଳୀ କାରିଗରଙ୍କୁ ସମସ୍ତ ସହାୟତା ଯୋଗାଇ ଦେବା ପାଇଁ ବାଗ୍‌ଚୀଙ୍କ ପକ୍ଷରୁ ଶୈଳଜାଙ୍କୁ ଅନୁରୋଧ କରାଯାଇଥିଲା। ଉଲ୍ଲେଖଯୋଗ୍ୟ କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri