କେସିଙ୍ଗାରେ ବିଜୁ ଜନତା ଦଳ ପକ୍ଷରୁ ବିରାଟ କାର୍ଯ୍ୟକର୍ତ୍ତା ସମ୍ମିଳନୀ

କେସିଙ୍ଗା,୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କଲ୍ୟାଣ ମଣ୍ଡପ ପରିସର ମଧ୍ୟରେ ବିଜୁ ଜନତା ପକ୍ଷରୁ ବିରାଟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଜିଲା ସଭାପତି ପୁଷ୍ପେନ୍ଦ୍ର ସିଂହଦେଓଙ୍କ ନେତୃତ୍ୱରେ ଏହି ସମ୍ମିଳନୀରେ ଶକ୍ତମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ନର୍ଲା ବିଧାୟକ ଭୂପିନ୍ଦର ସିଂହ, ପୂର୍ବତନ ବିଧାୟକ ଅନାମ ନାଏକ, ଦୁଷ୍ମନ୍ତ ନାଏକ, ଜିଲା ମହିଳା ସଭାନେତ୍ରୀ କଲ୍ୟାଣ ନାଏକ, ଜିଲା ଯୁବ ସଭାପତି ଆଦିତ୍ୟ ନନ୍ଦ ପ୍ରମୁଖ ବରିଷ୍ଠ କର୍ମକର୍ତ୍ତା ଯୋଗଦେଇଥିଲେ। ଏହି ବିରାଟ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଜିଲା ସଭାପତି ସିଂହଦେଓ ପ୍ରଥମେ ପତାକା ଉତ୍ତୋଳନ କରିଥିଲେ। ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ ପରେ ସଭା ଆରମ୍ଭ ହୋଇଥିଲା। ପ୍ରଥମେ ବିଜେଡିର ଜିଲା ସାଧାରଣ ସମ୍ପାଦକ ଭବାନୀଶଙ୍କର ନିଆଲ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସମ୍ମିଳନୀରେ ସଚିନ ଜୈନ ଓ ରାନୁବାଲା ବେନିଆ ନୂତନ ଭାବେ ବିଜେଡିରେ ସାମିଲ ହୋଇଥିଲେ। ପୂର୍ବତନ ବ୍ଲକ ଅଧ୍ୟକ୍ଷ ରୋହିତ କୁମାର ଭୋଇ କେସିଙ୍ଗାର ପେପର ମିଲ୍‌ ଦୀର୍ଘ ୪ ବର୍ଷ ହେଲା ଅକାମୀ ହୋଇ ପଡିରହିଛି । କେସିଙ୍ଗାରୁ ଭୁବନେଶ୍ୱରକୁ ଗମନାଗମନ ପାଇଁ ଟ୍ରେନ ଚଳାଇବାକୁ ଦାବି କରିଥିଲେ । କେସିଙ୍ଗାଠାରେ ନିର୍ମାଣାଧୀନ ୨୨୦ କେଭିର ଟ୍ରାନ୍ସଫର୍ମ ଦୀର୍ଘ ୨ ବର୍ଷ ହେଲା ପଡି ରହିଛି । କେସିଙ୍ଗା ଅଣ୍ଡରବ୍ରିଜ, ଶିଳ୍ପାଞ୍ଚଳ ବିକାଶ, ଭୂମିହୀନମାନଙ୍କୁ ପଟ୍ଟା ପ୍ରଦାନ, ଧାନ ମଣ୍ଡିରେ ଗୃହ ନିର୍ମାଣ, ଆଡିବନ୍ଧ ନିର୍ମାଣ ଆଦି ବିଷୟରେ ମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଥବଲେ । ସମଗ୍ର କଳାହାଣ୍ଡି ଜିଲାରେ ଶିକ୍ଷା ଓ କୃଷି ବିକାଶ ଏବଂ କ୍ଷୁଦ୍ରଶିଳ୍ପ କେନ୍ଦ୍ର ସ୍ଥାପନ କରିବା ପାଇଁ ମନ୍ତ୍ରୀ ମିଶ୍ର ପ୍ରକାଶ କରିଥିଲେ। ସମ୍ମିଳନୀକୁ ବିଜେଡିର କାର୍ଯ୍ୟକାରୀ ସଭାପତି ପ୍ରଭାତ ରଥ ପରିଚାଳନା କରିଥିଲେ। କେସିଙ୍ଗା ନଗର ଯୁବ ସଭାପତି ସିଲୁ ପରିଡା, ଟାଉନ ସଭାପତି ରମାକାନ୍ତ ଗଉଡ ପ୍ରମୁଖ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri