କେସି ହାଇସ୍କୁଲରୁ ଇଂଲିଶ୍‌ ମାଧ୍ୟମ ସ୍କୁଲ ସ୍ଥାନାନ୍ତର ଦାବି: ପୁଣି ତେଜିଲା ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୫ା୬- ଗୋଷାଣୀନୂଆଗଁାସ୍ଥିତ ପୁରାତନ କେସି ହାଇସ୍କୁଲ ପରିସରରେ ଚାଲିଥିିବା ବେଆଇନ ଇଂଲିଶ ମାଧ୍ୟମ ସ୍କୁଲକୁ ଉଚ୍ଛେଦ ନେଇ ପୁଣି ତୀବ୍ର ବିରୋଧ ହୋଇଛି। ସୋମବାର ଏହାର ପ୍ରତିବାଦରେ ସାମାଜିକ ସଂଗଠନ ସଂସ୍କାରବାଦୀ ପକ୍ଷରୁ ପୁଣି ଧାରଣା ଦିଆଯାଇଥିଲା। କେସି ହାଇସ୍କୁଲ ଭଳି ବହୁପୁରାତନ ତଥା ସରକାରୀ ଅନୁଦାନପ୍ରାପ୍ତ ହାଇସ୍କୁଲରେ ଦୀର୍ଘ ମାସ ଧରି ବେସରକାରୀ ଇଂଲିଶ ମାଧ୍ୟମ ସ୍କୁଲ ପରିଚାଳିତ ହେଉଛି। ଏନେଇ ବହୁବାର ଅଭିଯୋଗ ସତ୍ତ୍ୱେ କାର୍ଯ୍ୟାନୁଷ୍ଠାନ ନେବାରେ ଶିକ୍ଷାବିଭାଗ ଅବହେଳା କରୁଥିବା ସେମାନେ ଅଭିଯୋଗ କରିବା ସହ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। କେସି ହାଇସ୍କୁଲ ପରିସରେ ଚାଲିଥିବା ଘରୋଇ ଇଂଲିଶ ସ୍କୁଲର ଏନ୍‌ଓସି ନ ଥିବା ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଉଛି। ଏହାସତ୍ତ୍ୱେ ଉକ୍ତ ଘରୋଇ ଇଂଲିଶ ମିଡିୟମ ସ୍କୁଲ ଏକ ସରକାରୀ ଅନୁଦାନ ପ୍ରାପ୍ତ ହାଇସ୍କୁଲ ପରିସରରେ ଦୀର୍ଘ ମାସ ଧରି ପରିଚାଳିତ ହେଉଛି।
ଏହାକୁ ତୁରନ୍ତ ଅନ୍ୟତ୍ର ସ୍ଥାନାନ୍ତର କରିବା ଦିଗରେ ପଦକ୍ଷେପ ନେବାକୁ ସଂଗଠନ ଦାବି କରିଛି। ଏଥିସହ କେସି ହାଇସ୍କୁଲର ଶେଷ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଘରୋଇ ଇଂଲିଶ ମାଧ୍ୟମ ସ୍କୁଲକୁ ପରିଚାଳନା ପାଇଁ ଦିଆଯାଇଥିବା ଅନୁମତିର ତଦନ୍ତ କରି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା, ଜଣେ ବରିଷ୍ଠ ଶିକ୍ଷକଙ୍କୁ କେସି ହାଇସ୍କୁଲର ପ୍ରଧାନ ଶିକ୍ଷକ ଭାବେ ନିଯୁକ୍ତି ଦେବା, କେସି ହାଇସ୍କୁଲ ସମେତ କେସି ଟାଉନ, କେସି ବାଳିକା ଉଚ୍ଚ ବିଦ୍ୟାଳୟକୁ ସରକାରୀକରଣ କରିବା, ଉକ୍ତ ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ପଦବୀ ପୂରଣ କରିବା, ସ୍ଥାନୀୟ ବାସୀନ୍ଦା ଓ ଅବିଭାବକଙ୍କୁ ନେଇ ଉପରୋକ୍ତ ତିନୋଟି ହାଇସ୍କୁଲର ନୂତନ ପରିଚାଳନା କମିଟି ଗଠନ କରାଯିବାକୁ ସଂଗଠନ କର୍ମକର୍ତ୍ତାମାନେ ଦାବି କରି ଧାରଣା ଦେଇଥିଲେ। ଜିଲାଶିକ୍ଷାଧିକାରୀ କାର୍ଯ୍ୟାଳୟର କର୍ମଚାରୀ ସଂସ୍କୃତ ବିଭାଗର ସୁପରିଣ୍ଟେଣ୍ଡେଣ୍ଟ ସୁବାସ ଚନ୍ଦ୍ର ପ୍ରଧାନ ଧାରଣାସ୍ଥଳରେ ପହଞ୍ଚି ସଂଗଠନ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ଦାବିପତ୍ର ଗ୍ରହଣ କରିଥିଲେ।
ଏନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଦାବି ପୂରଣ ଦିଗରେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେବା ପରେ ସଂଗଠନ ପକ୍ଷରୁ ଧାରଣାକୁ ସ୍ଥଗିତ ରଖାଯାଇଥିଲା। ଏକମାସ ମଧ୍ୟରେ ଉପରୋକ୍ତ ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଜନ ଆନ୍ଦୋଳନ ସହ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦିଆଯିବାକୁ ସଂଗଠନ ଚେତାବନୀ ଶୁଣାଇଛି। ସଭାପତି ତ୍ରିନାଥ ମହାରଣାଙ୍କ ସମେତ ଉପସଭାପତି ବଂଶୀଧର ଭୂୟଁା, ପ୍ରତାପ ଚନ୍ଦ୍ର ବେହେରା, କିଶୋର ଚନ୍ଦ୍ର ବ୍ରହ୍ମା, ନରସିଂହ ବେହେରା, ବଦ୍ରିପ୍ରସାଦ ପାତ୍ର, ବିଜୟ ଚନ୍ଦ୍ର ବିଷୋୟୀ , ପୁରାତନ ଛାତ୍ର ପ୍ରତାପ ଚନ୍ଦ୍ର ପଣ୍ଡା, ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଓ ସୂର୍ଯ୍ୟନାରାୟଣ ବେହେରା ପ୍ରମୁଖ ଧାରଣାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri