କୋଇଲା ଖଣିରେ ବିସ୍ଫୋରଣ: ୧୫ ମୃତ

ବେଜିଂ,୧୯।୧୧: ଚାଇନାର ଏକ କୋଇଲା ଖଣିରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ବିସ୍ଫୋରଣରେ ୯ରୁ ଅଧିକ ଲୋକ ଆହତ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶାଙ୍କଶି ପ୍ରଦେଶରେ ଥିବା ଏହି କୋଇଲା ଖଣିରେ ସୋମବାର ଅପରାହ୍ନରେ ବିସ୍ଫୋରଣ ଘଟିଥିଲା। ସେତେବେଳେ ଖାଦାନରେ ୩୫ରୁ ଅଧିକ କର୍ମଚାରୀ କାମ କରୁଥିଲେ। ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଥିବାବେଳେ ଇତିମଧ୍ୟରେ ୧୧ ଜଣଙ୍କୁ ଉଦ୍ଧାର କରାଯାଇଛି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା କୋଇଲା ଖଣି ସୁରକ୍ଷା ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

ଇମ୍ରାନ ଖାନଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ଜେଲରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପାକିସ୍ତାନ ସର୍ବୋଚ୍ଚ କୋର୍ଟ ମଙ୍ଗଳବାର ପାକ୍‌ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri