କୋଇଲା ବୋଝେଇ ବଗି ଛାଡ଼ି ଚାଲିଗଲା ଇଞ୍ଜିନ୍‌

ବସ୍ତା,୫।୩(ଡି.ଏନ.ଏ.)- ଦକ୍ଷିଣ-ପୂର୍ବ ରେଳପଥର ବସ୍ତା ଷ୍ଟେଶନ ନିକଟରେ ବୁଧବାର ସନ୍ଧ୍ୟା ୫ଟା ୫୦ ମିନିଟ୍‌ ସମୟରେ ଏକ କୋଇଲା ବୋଝେଇ ଟ୍ରେନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି । କୋଇଲା ନେଇ ଯାଉଥିବା ଏହି ଟ୍ରେନ୍‌(ନଂ. ୩୨୪୨୧ )ରେ ମୋଟ ୫୮ଟି ବଗି ରହିଥିଲା। ଏହା ବାଲେଶ୍ୱରରୁ ଡାଉନ୍‌ ଲାଇନ୍‌ରେ ଜଳେଶ୍ୱର ଯାଉଥିବାବେଳେ ବସ୍ତା ରେଳଷ୍ଟେଶନ ନିକଟରେ ପହଞ୍ଚତ୍ବା ପୂର୍ବରୁ ଦକ୍ଷିଣ କ୍ୟାବିନ୍‌ ଠାରେ ହଠାତ୍‌ ଇଞ୍ଜିନ୍‌ ସହ ୩ଟି ବଗି ଅନ୍ୟ ବଗିଠାରୁ ଛିଣ୍ଡି ଅଲଗା ହୋଇଯାଇଥିଲା। ପଛରେ ଲାଗିଥିବା କେବଳ ୩ଟି ବଗି ନେଇ ଇଞ୍ଜିନ ପଳାଇ ଯାଇ ଷ୍ଟେଶନ ନିକଟରେ ଅଟକିଥିଲା।
ଉକ୍ତ ମାଲବାହୀ ଟ୍ରେନର ବିଚ୍ଛିନ୍ନ ବଗିଗୁଡିକ କିଛି ଦୂର ଗଡି ଆସି ଦକ୍ଷିଣ କ୍ୟାବିନ୍‌ ନିକଟରେ ରହିଯିିବାରୁ ଲେଭଲ କ୍ରସିଂ ବନ୍ଦ ହୋଇ ଯାଇଥିଲା। ଫଳରେ ରାସ୍ତାରେ ଶତାଧିକ ଗାଡ଼ିମୋଟର ଅଟକି ରହିଥିଲା। ଦୀର୍ଘ ଘଣ୍ଟାଏ ପରେ ରେଳବାଇ କର୍ମଚାରୀ ଇଞ୍ଜିନ୍‌କୁ ନେଇ ବଗି ସହିତ ଯୋଡ଼ିଥିଲେ। ଇଞ୍ଜିନ୍‌ ନେଇ ପଳାଇଥିବା ୩ଟି ବଗିକୁ ୪ନମ୍ବର ଲୁପ୍‌ ଲାଇନ୍‌ରେ ରଖି ଅନ୍ୟ ୫୫ଟି ବଗି ନେଇ ଟ୍ରେନ୍‌ଟି ସନ୍ଧ୍ୟା ୭ଟା ସମୟରେ ଗନ୍ତବ୍ୟସ୍ଥଳ ଅଭିମୁଖେ ଯାତ୍ରା କରିଥିଲା। କେଉଁ କାରଣରୁ ଏଭଳି ଦୁର୍ଘଟଣା ଘଟିଲା ରେଳବାଇ ସୂତ୍ରରୁ କୌଣସି ସୂଚନା ମିଳି ନାହିଁି। ଏହାର ତଦନ୍ତ କରାଯାଉଛି ବୋଲି କେବଳ ଷ୍ଟେଶନ ପକ୍ଷରୁ କୁହାଯାଇଛି। ଏଭଳି ଦୁର୍ଘଟଣା ଲାଗି ଡାଉନ୍‌ ଲାଇନ୍‌ରେ ଟ୍ରେନ୍‌ ଚଳାଚଳ ପ୍ରାୟ ୧ଘଣ୍ଟା ୨୦ ମିନିଟ୍‌ ଧରି ବନ୍ଦ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri