କୋଇଲା ରୟାଲିଟି ବୃଦ୍ଧିକୁ ପୁଣି ଏଡ଼ାଇଗଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟ ସରକାର କୋଇଲା ରୟାଲିଟି ବୃଦ୍ଧି ପାଇବା ନେଇ ବିଭିନ୍ନ ସମୟରେ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରୁଛନ୍ତି। ମାତ୍ର କେନ୍ଦ୍ର ସରକାର ଏହାକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନାହାନ୍ତି। ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ରୟାଲିଟି ବୃଦ୍ଧି ସମ୍ପର୍କିତ ପ୍ରସ୍ତାବକୁ ଏଡ଼ାଇ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ପରେ ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କୋଇଲା ରୟାଲିଟି ବୃଦ୍ଧି ନେଇ ରାଜ୍ୟ ସରକାର ପ୍ରସ୍ତାବ ଦେଇଛନ୍ତି। ବିଦ୍ୟୁତ୍‌ ମୂଲ୍ୟର ବୃଦ୍ଧି ଯୋଗୁ ରୟାଲିଟି ବୃଦ୍ଧି କରିବା ସମ୍ଭବ ହେଉନାହିଁ। ତେବେ ରାଜ୍ୟ ସରକାରଙ୍କ ଏହି ପ୍ରସ୍ତାବ ଉପରେ ବିଚାର କରାଯାଉଛି। ଅପରପକ୍ଷେ ୨୦୨୦ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ରାଜ୍ୟରେ ଥିବା ୨୪ ଖଣିର ଅବଧି ଶେଷ ହେବାକୁ ଯାଉଛି। ଶିଳ୍ପ ସଂସ୍ଥା ଉପରେ ଏହାର ପ୍ରଭାବ ପଡ଼ିବା ନେଇ ଆଶଙ୍କା କରାଯାଇଛି। ଯଦି ଖଣି ଗୁଡ଼ିକର ନିଲାମ ନିର୍ଦ୍ଧାରିତ ସମୟରେ ନ ହୁଏ ତେବେ ଶିଳ୍ପଗୁଡ଼ିକୁ କଞ୍ଚାମାଲ ଯୋଗାଇବାରେ ସମସ୍ୟା ଉପୁଜିପାରେ। ଏସମ୍ପର୍କିତ ଏକ ପ୍ରଶ୍ନରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପରିବେଶ ମଞ୍ଜୁରୀ ପାଇଥିବା ଖଣିଗୁଡ଼ିକୁ ରାଜ୍ୟ ସରକାର ନିଲାମ କରିପାରିବେ। ଖଣି ନିଲାମ ନ ହୋଇପାରିଲେ ଶିଳ୍ପ ସଂସ୍ଥାଗୁଡ଼ିକ କଞ୍ଚାମାଲ ପାଇବାରେ ଯେପରି ସମସ୍ୟା ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ। ରାଜ୍ୟରେ ଥିବା ସରକାରୀ ଉଦ୍ୟୋଗଗୁଡ଼ିକ ଅଧିକ ଖଣିଜ ପଦାର୍ଥ ଉତ୍ତୋଳନ କରିବାକୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri