କୋଚିଂ ସେଣ୍ଟରରେ ଚଢ଼ାଉ

ବାରିପଦା ଅଫିସ,୧୧ା୬- କରୋନା ସଂକ୍ରମଣ ରୋକିବା ପାଇଁ ରାତି ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ କର୍ଫ୍ୟୁ କଟକଣା ଜାରି କରାଯାଇଛି। ଏହି ନିୟମକୁ ଉଲ୍ଲଂଘନ କରି ମୟୂରଭଞ୍ଜ ଜିଲା ବାରିପଦା ସହରର ଦାରୋଗାଡାହିସ୍ଥିତ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ବୁଧବାର ରାତି ୭ଟା ପରେ ଅଭିଭାବକଙ୍କ ବୈଠକ ଚାଲିଥିତ୍ବା ଅଭିଯୋଗ ହୋଇଥିଲା। ଏନେଇ ଖବରପାଇ ଟାଉନଥାନା ପୋଲିସ କୋଚିଂ ସେଣ୍ଟରରେ ଚଢାଉ କରିଥିଲା। ସେଠାରେ ଉପସ୍ଥିତ ଥିବା ଶିକ୍ଷାନୁଷ୍ଠାନର ମାଲିକ, କେତେକ ଶିକ୍ଷକ ଓ ଅଭିଭାବକଙ୍କୁ ପୋଲିସ ଥାନାକୁ ନେଇ ପରେ ଛାଡ଼ି ଦେଇଥିଲା। ଏନେଇ ଟାଉନଥାନା ଅଧିକାରୀ ବୀରେନ୍ଦ୍ର ସେନାପତିଙ୍କୁ ପଚାରିବାରୁ କୋଚିଂ ସେଣ୍ଟରରେ ଚଢ଼ାଉ ଘଟଣାକୁ ସ୍ବୀକାର କରିଥିତ୍ବା ବେଳେ ସେଠାରେ ଅଭିଭାବକମାନେ ପହଞ୍ଚି ଶିକ୍ଷାନୁଷ୍ଠାନ ଚାଲୁକରିବା ସମ୍ପର୍କରେ ଆଲୋଚନା କରିବାକୁ ଆସିଥିବା ଜଣାପଡ଼ିବାରୁ ଏନେଇ କୌଣସି ମାମଲା ରୁଜୁ କରାଯାଇ ନ ଥିତ୍ବା କହିଛନ୍ତି। ତେବେ ରାତି ୭ଟା ପରେ ଅଭିଭାବକମାନେ କାହିଁକି ଆସିଥିଲେ ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଘଟଣାର ରଫାଦଫା କରିବା ପାଇଁ ଉଦ୍ୟମ ଚାଲିଥିତ୍ବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri