କୋଟାରୁ ଫେରିଥିବା ଛାତ୍ରୀଛାତ୍ରଙ୍କ ସ୍ବାବ୍‌ ସଂଗ୍ରହ

ସୋନପୁର,୪।୫(ନି.ପ୍ର.): ଲକ୍‌ଡାଉନ୍‌ ଯୋଗୁଁ ରାଜସ୍ଥାନର କୋଟାରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୩୭ ଛାତ୍ରୀଛାତ୍ର ସୋମବାର ସୋନପୁରରେ ପହଞ୍ଚତ୍ଛନ୍ତି । ୨ଟି ସ୍ବତନ୍ତ୍ର ବସ୍‌ରେ ମେଡିକାଲ କୋଚିଂ ନେଉଥିବା ଛାତ୍ରୀଛାତ୍ର ପହଞ୍ଚତ୍ବା ପରେ ସେମାନଙ୍କୁ ସିଧାସଳଖ ସରକାରୀ ଆଇଟିଆଇସ୍ଥିତ ଅସ୍ଥାୟୀ କୋଭିଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଛାତ୍ରୀଛାତ୍ରଙ୍କ ସ୍ବାବ୍‌ ସଂଗ୍ରହ ହୋଇଛି। ଜିଲାପାଳ ମୋନିଷା ବାନାର୍ଜୀ, ଏସ୍‌ପି ଦେବୀପ୍ରସାଦ ଦାଶ, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ଓ ବୀରମହାରାଜପୁର ଉପଜିଲାପାଳ ଅଶୋକ କୁମାର ଭୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଛାତ୍ରୀଛାତ୍ର, ସେମାନଙ୍କ ଅଭିଭାବକଙ୍କୁ ସଚେତନ କରାଇଥିଲେ। ଏହି ଛାତ୍ରୀଛାତ୍ରମାନେ ନିଜ ଘରେ ଯତ୍ନରେ ୧୪ଦିନିଆ କ୍ୱାରାଣ୍ଟାଇନ୍‌ରେ ରହିବେ। ପ୍ରକାଶ ଯେ, ଦେଶରେ ଲକ୍‌ଡାଉନ୍‌ ଘୋଷଣା ହେବା ପରେ କୋଟାରେ ମେଡିକାଲ କୋଚିଂ ବନ୍ଦ ହୋଇଥିଲା। ଛାତ୍ରାବାସରେ ଅନ୍ତେବାସୀଙ୍କୁ ଠିକ୍‌ ଭାବେ ଖାଇବାକୁ ମିଳି ନଥିଲା। ଅନ୍ୟ ରାଜ୍ୟର ଛାତ୍ରୀଛାତ୍ରଙ୍କୁ ସେଠାକାର ସରକାର ନିଜ ରାଜ୍ୟକୁ ବସ୍‌ ଯୋଗେ ନେଇ ଯାଇଥିଲେ। ଓଡିଶାର ଛାତ୍ରୀଛାତ୍ରମାନେ ମାନସିକ ଚାପରେ ଥିଲେ । ସରକାରଙ୍କ ଅନୁମତି ପରେ ଅଭିଭାବକଙ୍କ ଅନୁରୋଧକ୍ରମେ ସୁବର୍ଣ୍ଣପୁର ଜିଲାପାଳ ବାନାର୍ଜୀ କୋଟାରେ ଥିବା ଛାତ୍ରୀଛାତ୍ରଙ୍କୁ ଆଣିବା ପାଇଁ ଉଦ୍ୟମ କରିଥିଲେ । ଅଭିଭାବକମାନେ ନିଜ ଖର୍ଚ୍ଚରେ ସେମାନଙ୍କ ପିଲାମାନଙ୍କୁ ଆଣିଥିଲେ। ଅନ୍ୟପକ୍ଷେ ସୁବର୍ଣ୍ଣପୁରରେ ଫସି ରହିଥିବା ରାଜସ୍ଥାନର ୩୩ଜଣ ଶ୍ରମିକ ସୋମବାର ରାତିରେ ସେ ବସ୍‌ରେ ନିଜ ଘର ଅଭିମୁଖେ ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri