Posted inଜାତୀୟ

କୋଟା ହସ୍ପିଟାଲକୁ ପଛରେ ପକାଇଲା ପିବିଏମ୍‌: ଆଇସିୟୁରେ ୧୬୨ ଶିଶୁଙ୍କ ମୃତ୍ୟୁ

ବିକାନେର,୫।୧: ରାଜସ୍ଥାନରେ ଶିଶୁ ମୃତ୍ୟୁ ଘଟଣା ଚିନ୍ତାର କାରଣ ପାଲଟିଥିବା ବେଳେ ଏବେ ବିକାନେରର ପିବିଏମ୍‌ ହସ୍ପିଟାଲରେ ଶିଶୁ ମୃତ୍ୟୁ ଘଟଣା ସମସ୍ତଙ୍କୁ ଚମକାଇ ଦେଇଛି। କାରଣ କୋଟାର ଜେକେ ଲୋନ ହସ୍ପିଟାଲକୁ ଏବେ ପଛରେ ପକାଇ ଦେଇଛି ବିକାନେରର ପିବିଏମ୍‌ ହସ୍ପିଟାଲ। କୋଟାରେ ୩୫ ଦିନରେ ୧୧୦ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବିକାନେରର ପିବିଏମ୍‌ରେ ଡିସେମ୍ବରରେ ଆଇସିୟୁରେ ୧୬୨ ଶିଶୁଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି ସର୍ଦ୍ଦାର ପଟେଲ ମେଡିକାଲ କଲେଜର ପ୍ରିନ୍ସିପାଲ ଏଚ୍‌ଏସ୍‌ କୁମାର। ହେଲେ ଏହି ଘଟଣାରେ ହସ୍ପିଟାଲ ପକ୍ଷରୁ କୌଣସି ଅବହେଳା କରାଯାଇ ନ ଥିବା ସେ କହିଛନ୍ତି। ଏଥିରୁ ଜଣାପଡୁଛି କି ପିବିଏମ୍‌ରେ ପ୍ରତିଦିନ ୫ରୁ ଊର୍ଦ୍ଧ୍ୱ ଶିଶୁଙ୍କ ମୃତ୍ୟୁ ହୋଇଛି। ଏକ ରିପୋର୍ଟ ଅନୁଯାୟୀ ପିବିଏମ୍‌ରେ କେବଳ ଡିସେମ୍ବରରେ ବାହାରୁ ଆସିଥିବା ଓ ସେଠାରେ ଜନ୍ମ ହୋଇଥିବା ପ୍ରାୟ ୨୨୧୯ ଶିଶୁ ଭର୍ତ୍ତି ହୋଇଥିଲେ। ସେଥିମଧ୍ୟରୁ ପ୍ରାୟ ୭.୩ ପ୍ରତିଶତ ଶିଶୁଙ୍କ ମୃତ୍ୟୁ ହୋଇଛି। ଏବେ ଏହି ଶିଶୁ ମୃତ୍ୟୁହାର ଦେଖିବା ପରେ ସମସ୍ତେ ଏକ ପ୍ରକାର ଚିନ୍ତାରେ ପଡିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ପଦକ ହାତଛଡ଼ା ହେବାର ବଡ଼ କାରଣ କହିଲେ ଏହି ଆଥଲେଟ୍‌

ନୂଆଦିଲ୍ଲୀ,୪ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ପଦକଧାରୀ ସେଲଭା ପ୍ରଭୁଙ୍କ ମତରେ ଫୁଡ୍‌ ପଏଜନିଂ କାରଣରୁ ସେ ଗ୍ଲାସଗୋରେ ସ୍ବର୍ଣ୍ଣ ପଦକ ହାତଛଡ଼ା କରିଛନ୍ତି। ସେଲଭା ପୁରୁଷ ଟ୍ରିପଲ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri