କୋଟିପତି ସରପଞ୍ଚଙ୍କୁ ସର୍ତ୍ତମୂଳକ ଜାମିନ

ବ୍ରହ୍ମପୁର ଅଫିସ,୩ା୮-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କୁ ଗତ ଜୁଲାଇ ୧୧ ତାରିଖରେ ବ୍ରହ୍ମପୁର ଭିଜିଲାନ୍ସ ଗିରଫ କରି ମାମଲା ନଂ ୧୬/୧୯ରେ କୋର୍ଟଚାଲାଣ କରିଥିଲା। ଶୁକ୍ରବାର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ବିଜୟ କୁମାର ଜେନା ସରପଞ୍ଚ ଉଷାନ୍ତଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । କୋର୍ଟରେ ଭିଜିଲାନ୍ସ ଡିଏସ୍‌ପି ସୁରେନ୍ଦ୍ର କୁମାର ପାଣିଗ୍ରାହୀ କେଶ ଡ଼ାଏରୀ ଦାଖଲ ପରେ ସରପଞ୍ଚ ଉଷାନ୍ତଙ୍କ ଜାମିନ ଆବେଦନର ଶୁଣାଣି ହୋଇଥିଲା । ଭିଜିଲାନ୍ସ ଜଜ୍‌ ଜେନା ସରପଞ୍ଚଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ମୁଦାଲାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ କିଶୋର ଚନ୍ଦ୍ର ମିଶ୍ର ଓ ମନୋଜ କୁମାର ପଣ୍ଡା ଏବଂ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ତପନ କୁମାର ଦାଶ ମକଦ୍ଦମା ପରିଚାଳନା କରିଥିଲେ ।
ପ୍ରକାଶ ଯେ, ଅଙ୍କୋରଡ଼ା ସରପଞ୍ଚ ଉଷାନ୍ତଙ୍କ ଆୟ ବର୍ହିଭୁତ ସମ୍ପତ୍ତି ୧ କୋଟି ୫୪ ଲକ୍ଷ ୫୬ ହଜାର ୬୪୩ ଟଙ୍କା ଆକଳନ କରାଯାଇଥିଲା । ଯାହାକି ତାଙ୍କ ଆୟ ତୁଳନାରେ ଶତକଡ଼ା ୩୪୦ ପ୍ରତିଶତ ସମ୍ପତ୍ତି ଠୁଳ ଥିବା ଭିଜିଲାନ୍ସ ବିଭାଗ ତରଫରୁ ଆକଳନ କରାଯାଇଥିଲା । ଗତ ଜୁଲାଇ ୧୦ ତାରିଖରେ ସରପଞ୍ଚଙ୍କ ବାସଭବନରେ ଚଢ଼ାଉ ବେଳେ ତାଙ୍କ ଠାକୁର ଘରୁ ମିଳିଥିବା ଏକ ମାଉଜର ଓ ୬ ରାଉଣ୍ଡ ଗୁଳି ଭିଜିଲାନ୍ସ ଜବତ କରିଥିଲା । ତେବେ ଏହା ସେ ବେଆଇନ ଭାବେ ଘରେ ରଖିଥିବା ଜଣାପଡ଼ିବା ପରେ ଏନେଇ ଦିଗପହଣ୍ଡି ଥାନାଧିକାରୀଙ୍କୁ ଭିଜିଲାନ୍ସ ବିଭାଗ ତରଫରୁ ଅଭିଯୋଗ କରାଯାଇଥିବା ବେଳେ ଦିଗପହଣ୍ଡି ପୋଲିସ ଏନେଇ ଏକ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri