କୋଣାର୍କରେ ଉପସ୍ଥାନ – ଗୋପରେ ପାଠପଢ଼ା; ୪ ଛାତ୍ର ବେସରକାରୀ ଛାଡ଼ି ସରକାରୀ ସ୍କୁଲକୁ ଗଲେ

ଗୋପ,୩ା୧୨(ଡି.ଏନ.ଏ.): ଗୋପ ଅଞ୍ଚଳରେ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ପ୍ରାୟ ସମୟରେ ନାନା ଘଟଣା ଯୋଗୁ ପ୍ରଶାସନ ପକ୍ଷରୁ ତାଗିଦ ହେଉଥିବା କଥା ନଜରକୁ ଆସିଛି। ଏବେ ପୁଣି ଏକ ଏଭଳି ଘଟଣା ଘରୋଇ ଶିକ୍ଷାନୁଷ୍ଠାନର ବେନାମ କାରନାମା ପଦାରେ ପଡ଼ିଛି। କୋଣାର୍କର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଅଷ୍ଟମ ଓ ନବମ ଶ୍ରେଣୀ ଉପସ୍ଥାନରେ ଛାତ୍ରୀଛାତ୍ରଙ୍କ ନାମ ରହିଥିବାବେଳେ ଏହି ଛାତ୍ରୀଛାତ୍ର ଗୋପର ସ୍ବୀକୃତି ନ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରେ ମଧ୍ୟ ପାଠ ପଢ଼ିବା ଘଟଣା ସମସ୍ତଙ୍କୁ ଚକିତ କରିଛି। ଏହି ଘଟଣା ପଦାକୁ ଆସିବା ପରେ ଚାରିଜଣ ଛାତ୍ର ବେସରକାରୀ ସ୍କୁଲ ଛାଡ଼ି ସରକାରୀ ସ୍କୁଲକୁ ଯାଇଥିବା ଜଣାପଡ଼ିଛି। ଯାହାକି ଶିକ୍ଷା ଅଧିକାର ଆଇନ୍‌ର ଉଲ୍ଲଂଘନ କରୁଥିଲେ ମଧ୍ୟ ଗୋପ ବ୍ଲକ୍‌ ଶିକ୍ଷାଧିକାରୀ ଓ ଜିଲା ଶିକ୍ଷାଧିକାରୀଙ୍କ ନୀରବତାକୁ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, କୋଣାର୍କର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଗୋପ ଅଞ୍ଚଳର ୨୭ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ନାମ ଉପସ୍ଥାନରେ ରହିଛି। କିନ୍ତୁ ଏମାନଙ୍କ ମଧ୍ୟରୁ ୪ଜଣ ଛାତ୍ରଙ୍କ ନାମ ଗୋପର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ମଧ୍ୟ ବେଆଇନ ଭାବେ ପାଠପଢ଼ିବା ସହ ହଷ୍ଟେଲରେ ରହୁଛନ୍ତି। ଏହି ଘଟଣା ସମ୍ପର୍କରେ ଅଭିଯୋଗ ମିଳିବା ପରେ କେତେକ ଗଣମାଧ୍ୟମ ପ୍ରତିନିଧି ବେରସକାରୀ ସ୍କୁଲରେ ପହଞ୍ଚି ଘଟଣାର ସତ୍ୟତା ଜଣାଇଥିଲେ। ଫଳରେ ଉକ୍ତ ଛାତ୍ରର ଅଭିଭାବକମାନେ ନିଜ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାରୀ ସ୍କୁଲରେ ନାମ ଲେଖାଇଥିଲେ। ଏ ନେଇ ଗୋପ ବ୍ଲକ୍‌ ଶିକ୍ଷାଧିକାରୀ ବସନ୍ତ କୁମାର ମିଶ୍ର କୁହନ୍ତି, ମୋ ନିକଟରେ ଅଭିଯୋଗ ହେବା ପରେ ଏ ସମ୍ପର୍କରେ ମୁଁ ଜିଲା ଶିକ୍ଷାଧିକାରୀଙ୍କୁ ଅବଗତ କରିଛି। ନିଶ୍ଚିତ ଏହି ଘରୋଇ ଶିକ୍ଷାନୁଷ୍ଠାନ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri