କୋଣାର୍କରେ ଏନ୍‌ଡିଆରଏଫ୍‌ ଟିମ୍‌ : ଲୋକଙ୍କୁ ସତର୍କ କଲା ପ୍ରଶାସନ

ପୁରୀ ଅଫିସ,୧୯ା୫: ସ୍ଥଳଭାଗ ମୁହଁ। ହେଉଛି ସାମୁଦ୍ରିକ ବାତ୍ୟା ଅମ୍ଫନ। ଏହାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। ସବୁ ବ୍ଲକରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ୧୯ରେ ପୁରୀ ଏଲୋ ଏବଂ ୨୦ ତାରିଖରେ ଅରେଞ୍ଜ ୱାର୍ଣ୍ଣିଂରେ ରହିଛି। ତେଣୁ ୧୯ ତାରିଖରେ ପ୍ରବଳ ବର୍ଷା ଏବଂ ୨୦ରେ ବର୍ଷା, ପବନ ବହିବାର ସମ୍ଭାବନା ରହିଛି। ଜିଲାର ସମୁଦ୍ର ନିକଟବର୍ତ୍ତୀ ଅଞ୍ଚଳ, ଖାଲୁଆ ଏବଂ ତଳିଆ ଅଞ୍ଚଳରୁ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳ ଓ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯିବା ଲାଗି ପ୍ରଶାସନ ପ୍ରସ୍ତୁତ ଅଛି। ଏଥିଲାଗି ସୋମବାର ଡାକବାଜି ଯନ୍ତ୍ର ଯୋଗେ ବିଭିନ୍ନ ଅଞ୍ଚଳରେ ଲୋକଙ୍କୁ ସତର୍କ କରିଦିଆଯାଇଛି। ଜିଲାର ବିଭିନ୍ନ ବ୍ଲକ ସମେତ ପୁରୀ ସହରର ପେଣ୍ଠକଟା, ବଳିଆପଣ୍ଡା ସମେତ କେତେକ ବସ୍ତିରେ ମାଇକ ଯୋଗେ ପ୍ରଚାର କରାଯାଇଛି। ଆବଶ୍ୟକସ୍ଥଳେ ସେମାନଙ୍କୁ ସ୍ଥାନାନ୍ତର କରାଯିବ। ତେଣୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ସେହିପରି ଜିଲାକୁ ଆସିଥିବା ୨୧ଜଣିଆ ଏନ୍‌ଡିଆରଏଫ୍‌ ଟିମ୍‌ ସୋମବାର କୋଣାର୍କ ଯାଇ ଯାତ୍ରୀ ନିବାସରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୦ଜଣ ଅସ୍ତରଙ୍ଗ ବ୍ଲକ ଯିବେ ଏବଂ ଅନ୍ୟମାନେ ଆବଶ୍ୟକତାକୁ ଦେଖି କୋଣାର୍କ ଏନ୍‌ଏସି ଅଞ୍ଚଳରେ ରହିବେ ବୋଲି ସୂଚନା ମିଳିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲାସ୍ତରୀୟ ଅଧିକାରୀମାନଙ୍କୁ ବିଭିନ୍ନ ବ୍ଲକର ଦାୟିତ୍ୱ ଦିଆଯାଇଛି। ସେମାନେ ବ୍ଲକକୁ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri