Posted inଖେଳ

କୋପା ଆମେରିକା ସେମିରେ ବ୍ରାଜିଲ;ଫେଲ୍‌ ମାରିଲେ ମେସି

ବେଲୋ ହରିଜୋଣ୍ଟେ,୩।୭(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ଟାଇଟଲ ମୁକାବିଲାରେ ବ୍ରାଜିଲ ପ୍ରବେଶ କରିଛି। ଗାବ୍ରିଏଲ ଜିସସ ଓ ରବର୍ଟ ଫିର୍ମିନୋଙ୍କ ଗୋଟିଏ ଲେଖାଏ ଗୋଲ ବଳରେ ଆୟୋଜକ ଦଳ ତା’ର ଚିରପ୍ରତିଦ୍ୱନ୍ଦ୍ୱୀ ଆର୍ଜେଣ୍ଟିନାକୁ ୨-୦ ଗୋଲରେ ହରାଇ ଦେଇଛି। ଚିଲି ଓ ପେରୁ ମଧ୍ୟରେ ଖେଳାଯିବାକୁ ଥିବା ସେମିଫାଇନାଲର ବିଜେତାକୁ ବ୍ରାଜିଲ ଫାଇନାଲରେ ଭେଟିବ। ବିଶ୍ୱର ଲୋକପ୍ରିୟ ଫୁଟ୍‌ବଲ ଖେଳାଳି ଲିଓନେଲ ମେସି କୋପା ଆମେରିକା ଟୁର୍ନାମେଣ୍ଟରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ପ୍ରଥମାର୍ଦ୍ଧରେ ମେସି ସ୍କୋର ଦେବାର ନିକଟତର ହୋଇଥିଲେ। କିନ୍ତୁ ତାଙ୍କ ଶଟ୍‌ ଗୋଲ ବାରରେ ବାଜିଥିଲା। ତାଙ୍କ ସାଥୀ ଫରଓ୍ବାର୍ଡ ସେର୍ଗିଓ ଅଗୁରୋଙ୍କୁ ମଧ୍ୟ ସମାନ ଅବସ୍ଥା ଭୋଗ କରିବାକୁ ପଡ଼ିଥିଲା। ୨୦୦୭ ପରେ ପ୍ରଥମ ଥର ପାଇଁ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଦଳ କୌଣସି ବଡ଼ ଟୁର୍ନାମେଣ୍ଟରେ ପରସ୍ପରକୁ ଭେଟିଥିଲେ। ଗତ ଥର ୨୦୦୭ କୋପା ଆମେରିକା ଫାଇନାଲରେ ବ୍ରାଜିଲ ୩-୦ ଗୋଲରେ ଆର୍ଜେଣ୍ଟିନାକୁ ମାତ୍‌ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ସ୍କୋର ଆଶାରେ ସାଉଥ୍‌ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ସାଉଥ୍‌ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Ex-Wifeଙ୍କୁ ଭୁଲି ନାହାଁନ୍ତି ହାର୍ଦ୍ଦିକ! ଏତେ ଟଙ୍କାର କାର ଉପହାର ଦେଲେ, ଜାଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୨।୨: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ ଏବଂ ପୁଅ ଅଗସ୍ତ୍ୟ ପାଣ୍ଡ୍ୟାଙ୍କୁ ୪ କୋଟି ମୂଲ୍ୟର ଏକ କାର ଉପହାର ଦେଇଛନ୍ତି। ଏହି…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri