କୋପ୍‌ ୨୭କୁ ଗ୍ରେଟାଙ୍କ ବର୍ଜନ

ଷ୍ଟକ୍‌ହୋମ୍‌,୪ା୧୧:କ୍ଷମତାରେ ଥିବା ଲୋକେ ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟର ସମାଧାନକୁ ପ୍ରାଥମିକତା ଦେଉନାହାନ୍ତି। ତେଣୁ ଇଜିପ୍ଟରେ ହେବାକୁ ଥିବା କୋପ୍‌ ୨୭ରେ ଯୋଗଦେବେ ନାହିଁ ବୋଲି ସୁଇଡେନ୍‌ର ପରିବେଶ କର୍ମୀ ଗ୍ରେଟା ଥନ୍‌ବର୍ଗ କହିଛନ୍ତି।
ଜାତିସଂଘର ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ୨୭ତମ ସମ୍ମିଳନୀ ନଭେମ୍ବର ୬ରେ ଆରମ୍ଭ ହେବ। ଇଜିପ୍ଟର ରେଡ୍‌ ସି ରିସର୍ଟ ଟାଉନ୍‌ ଶାର୍ମ ଏଲ୍‌-ଶେଖ୍‌ରେ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀରେ ପ୍ରାୟ ୨୦୦ ଦେଶର ପ୍ରତିନିଧି ଯୋଗଦେବେ। ଏନେଇ ଫ୍ରାଇଡେଜ୍‌ ଫର୍‌ ଫୁଚର ପ୍ରତିଷ୍ଠାତା ୧୯ ବର୍ଷୀୟ ଗ୍ରେଟା କହିଛନ୍ତି, ସେ କ୍ଲାଇମେଟ୍‌ ସମିଟ୍‌ରେ ସାମିଲ ହେବେ ନାହିଁ, ଯେଉଁଠି ବିଭିନ୍ନ ରାଷ୍ଟ୍ରର ସରକାରଙ୍କ ପ୍ରତିନିଧିମାନେ ବିଶ୍ୱର କ୍ରମବର୍ଦ୍ଧିଷ୍ଣୁ ତାପମାତ୍ରା ହ୍ରାସ ପାଇଁ ପଦକ୍ଷେପ ନେବା ନାମରେ ଯୋଗଦେବେ। ଏହା ସେମାନଙ୍କ ପାଇଁ କେବଳ ଦୃଷ୍ଟି ଆକର୍ଷଣର ଏକ ସୁଯୋଗ। କ୍ଷମତାସୀନ ଲୋକେ ବାସ୍ତବରେ ଜଳବାୟୁ ସଙ୍କଟକୁ ଗୁରୁତ୍ୱ ଦେଉନାହାନ୍ତି। ସେମାନଙ୍କ ପ୍ରାଥମିକତା ଅନ୍ୟ କୌଣସି ବିଷୟ ପ୍ରତି ରହିଥିବା ଏଥିରୁ ପ୍ରମାଣିତ ହୋଇଛି ବୋଲି ଗ୍ରେଟା କହିଛନ୍ତି। ଅନ୍ୟପକ୍ଷେ କିଏ ଯୋଗଦେବେ ଓ କିଏ ଅନୁପସ୍ଥିତ ରହିବେ ସେହି ନିଷ୍ପତ୍ତି ସମ୍ପୃକ୍ତ ବ୍ୟକ୍ତିଙ୍କ ଅଧିକାର ବୋଲି ଜାତିସଂଘରେ ଆମେରିକାର ଜଳବାୟୁ ପ୍ରତିନିଧି ଜନ୍‌ କେରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri