କୋଭିଡ଼ ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ଭଦ୍ରକ ଅଫିସ, ୧ା୫- ଶୁକ୍ରବାର ସନ୍ଧ୍ୟାରେ ବାଣିଜ୍ୟ ଓ ପରିବହନ ପ୍ରମୁଖ ଶାସନ ସଚିବ ମଧୁସୂଦନ ପାଢ଼ୀ, ପଶୁ ସମ୍ପଦ ନିର୍ଦ୍ଦେଶକ ରତ୍ନାକର ରାଉତ ଭଦ୍ରକ ଜିଲାରେ ପହଞ୍ଚି କୋଭିଡ଼-୧୯ର ସ୍ଥିତି ପ୍ରଶାସନିକ ପ୍ରସ୍ତୁତି ଓ ଆବଶ୍ୟକୀୟ ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରି ଫେରିଛନ୍ତି। ଜିଲା ସଂସ୍କୃତି ଭବନ ପରିସରରେ ଉପରୋକ୍ତ ଦୁଇ ଅଧିକାରୀ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ, ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର, ଉପଜିଲାପାଳ ପୀତାମ୍ବର ସାମଲ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର କୁମାର ପଣ୍ଡା, ଜିଲା ଯୋଗଣ ଅଧିକାରୀ ମିର୍‌ ରାଜା ଅଲ୍ଲୀ, ଜିଲା ପରିବହନ ବିରଞ୍ଚି ନାରାୟଣ ଅଧିକାରୀଙ୍କ ସମେତ ବହୁ ଜିଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଭଦ୍ରକ ଜିଲାରେ ପ୍ରବାସୀ ଓଡ଼ିଆଙ୍କ ପଞ୍ଜୀକରଣ ସଂଖ୍ୟା କେତେ, କ୍ୱାରାଣ୍ଟାଇନ୍‌ କେନ୍ଦ୍ର କେତେ, କେତେ ଲୋକ ରହିଲା ଭଳି ବ୍ୟବସ୍ଥା ରହିଛି, ଭଦ୍ରକ ଜିଲାରେ ଆବଶ୍ୟକ ପଡ଼ୁଥିବା ମାଛ, ଚିକେନ୍‌, କ୍ଷୀର ପରିମାଣ କେତେ ଓ ବର୍ତ୍ତମାନ ଉପଲବ୍ଧ କେତେ ଏବଂ ଏହା ସହିତ ବହିରାଗତ ଲୋକ ଜିଲାରେ ପହଞ୍ଚିଲେ କିଭଳି ସେମାନଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇ ସୁବିଧା ସୁଯୋଗ ଉପଲବ୍ଧ କରାଇ ସ୍ବାବ ପରୀକ୍ଷା କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଦୁଇ ଅଧିକାରୀ ସମୀକ୍ଷା କରି ଅନ୍ୟ ଜିଲାକୁ ଫେରିଯାଇଥିବା ଜଣାପଡ଼ିଛି।
ଫଟୋ-
ସମୀକ୍ଷା ବୈଠକରେ ପ୍ରମୁଖ ଶାସନ ସଚିବ, ପଶୁ ସମ୍ପଦ ନିର୍ଦ୍ଦେଶକ ଓ ଜିଲାପାଳ ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri