ସମ୍ବଲପୁର,୧୮ା୪(ବ୍ୟୁରୋ): କୋଭିଡ-୧୯ ମେଡିକାଲରେ ନିୟୋଜିତ ଡାକ୍ତରଙ୍କ ପାଇଁ ସମସ୍ତ ସୁବିଧା ଯୋଗାଇ ଦେବାକୁ ଜିଲା ପ୍ରଶାସନକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ଖାଇବା, ରହିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କୁହାଯାଇଛି । ହେଲେ ଭିମ୍ସାରରେ କୋଭିଡ୍ ରୋଗୀଙ୍କ ପାଇଁ ନିଯୁକ୍ତ ଡାକ୍ତରଙ୍କ ପାଇଁ କର୍ତ୍ତୃପକ୍ଷ ଏହାକୁ ପାଳନ କରୁନାହାନ୍ତି । ଶନିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏଠାକୁ ଗସ୍ତରେ ଆସିଥିବା ବେଳେ ଜୁନିୟର ଡାକ୍ତର ସଂଘ ଏଭଳି ଅଭିଯୋଗ କରିଛି। ଏହାପରେ ମନ୍ତ୍ରୀ ଦାସ କର୍ତ୍ତୃପକ୍ଷଙ୍କୁ ତାଗିଦ କରିଛନ୍ତି। କରୋନା ମୁକାବିଲାରେ ନିୟୋଜିତ ଡାକ୍ତରମାନଙ୍କ ଠିକ୍ ଭାବେ ଖାଇବା ଓ ରହିବା ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କର୍ତ୍ତପକ୍ଷ ଅଭିଯୋଗ ଫାଙ୍କିବାକୁ ଚେଷ୍ଟା କରିଥିଲେ। ଡାକ୍ତରମାନଙ୍କୁ ଠିକ୍ ଭାବେ ଖାଦ୍ୟ ଦିଆଯାଉଥିବା ଏକ ଫଟୋ ମନ୍ତ୍ରୀ ଦାସଙ୍କୁ କର୍ତ୍ତପକ୍ଷ ଦେଖାଇବାକୁ ଉଦ୍ୟମ କରିଥିଲେ। ମନ୍ତ୍ରୀ ଦାସ କିନ୍ତୁ ଏଥିରେ ବିଶ୍ୱାସ ନ କରି ଓଲଟି କର୍ତ୍ତପକ୍ଷଙ୍କ ଉପରେ ବିରକ୍ତି ପ୍ରକାଶ କରିଥିଲେ।
Posted inHome, Home Left, ଆମ ଜିଲା ଖବର, ସମ୍ବଲପୁର View All
‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…
କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...
ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ
ଭୁବନେଶ୍ବର,୨୧।୧୨: ଭୁବନେଶ୍ୱର ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...
ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…
ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...
ମାତ୍ର ୬୧ ଟଙ୍କାରେ ଇନ୍ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…
ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...
ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ
ମୁମ୍ବାଇ,୨୧ା।୧୨: ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...
ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…
ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...
ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…
ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...
ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…
କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...
Archives


