କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସଚିବ

ଜୟପୁର,୨ା୫(ନି.ପ୍ର.): ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ୍‌ ଅଫିସର୍‌ ତଥା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅତିରିକ୍ତ ସଚିବ ରସିଦ୍‌ ଖାନ୍‌ ଶନିବାର ଜୟପୁରସ୍ଥିତ ଜିଲାସ୍ତରୀୟ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ହସ୍ପିଟାଲ୍‌ର ଭିତ୍ତିଭୂମି ଯାଞ୍ଚ କରିବା ସହ ଆଇସିୟୁ ଭେଣ୍ଟିଲେଟର ବୁଲି ଦେଖିଥିଲେ। କୋରାପୁଟ ଜିଲାରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଗାମୀ ଦିନରେ ଅଧିକ ଚିହ୍ନଟ ହେଲେ କିପରି ଏହାର ମୁକାବିଲା କରାଯାଇପାରିବ, ସେ ନେଇ ଉପସ୍ଥିତ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। କୋରାପୁଟ ଜିଲାରେ କରୋନା ସ୍ଥିତି ସମୀକ୍ଷା କରିବା ପରେ ସେ ନବରଙ୍ଗପୁରସ୍ଥିତ କୋଭିଡ୍‌ ହସ୍ପିଟାଲ୍‌ ପରିଦର୍ଶନ ଓ ଜିଲାର ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ଉପଜିଲାପାଳ ଲୋକନାଥ ଦଳବେହେରା ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ କୋରାପୁଟ ଜିଲାରେ ଏପ୍ରିଲ୍‌ ୨୭ରେ ଜଣେ ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ଅଧିକ ତତ୍ପର ହୋଇଛି। ସେହିପରି ରାଜ୍ୟ ସରକାରଙ୍କ ବିଭିନ୍ନ ଅଧିକାରୀ ମଧ୍ୟ ଜିଲା ଗସ୍ତ କରି ସ୍ଥିତି ସମୀକ୍ଷା କରୁଛନ୍ତି। ସଚିବଙ୍କ ଗସ୍ତ ସମୟରେ ଉପଜିଲାପାଳ ଲୋକନାଥ ଦଳବେହେରାଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri