କୋଭିଡ୍‌ ହସ୍‌ପିଟାଲ ନର୍ସଙ୍କ ସ୍ବାବ ପରୀକ୍ଷା ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୯।୫-ବାଲେଶ୍ୱର ଜିଲା କୁରୁଡ଼ାସ୍ଥିତ କୋଭିଡ୍‌-୧୯ ହସ୍‌ପିଟାଲରେ କାର୍ଯ୍ୟରତ ନର୍ସମାନଙ୍କର ସ୍ବାବ ପରୀକ୍ଷା ନିମନ୍ତେ ଦାବି କରାଯାଇଛି। ଶୁକ୍ରବାର ହସ୍‌ପିଟାଲ ସମ୍ମୁଖରେ ନର୍ସମାନେ ୨ଘଣ୍ଟା କାମ ବନ୍ଦ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
କିଛିଦିନ ପୂର୍ବରୁ ଉକ୍ତ ହସ୍‌ପିଟାଲରେ କାର୍ଯ୍ୟ କରୁଥିବା ଦୁଇଜଣ ନର୍ସ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସହକର୍ମୀମାନେ ଭୟଭୀତ ହେବା ସହ ନିଜର ସ୍ବାବ ପରୀକ୍ଷା ନିମନ୍ତେ ଜିଲା ପ୍ରଶାସନକୁ ଜଣାଇଥିଲେ। ଜିଲା ପ୍ରଶାସନ ସହମତି ପ୍ରକାଶ କରିଥିଲେ। ତାହା ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ନ ହେବାରୁ ସେମାନେ ପ୍ରତିବାଦ କରିଛନ୍ତି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ କହିଛନ୍ତି, କୋଭିଡ୍‌-୧୯ ହସ୍‌ପିଟାଲର ସମସ୍ତ ଡାକ୍ତର, ନର୍ସ ଓ କର୍ମଚାରୀମାନେ ସ୍ବତନ୍ତ୍ର ସଙ୍ଗରୋଧ କେନ୍ଦ୍ରରେ ରହୁଛନ୍ତି। ସେମାନଙ୍କର କରୋନାଜନିତ କୌଣସି ଲକ୍ଷଣ ଦେଖାଯାଉ ନ ଥିବାରୁ ସ୍ବାବ ପରୀକ୍ଷା କରିବାର ଆବଶ୍ୟକ ନାହଁି। ଲକ୍ଷଣ ଜଣାପଡ଼ିଲେ ସମସ୍ତ ବ୍ୟବସ୍ଥା କରାଯିବାର ପ୍ରକାଶ କରିଛନ୍ତି।
ଏ ସମ୍ପର୍କରେ ଜିଲା କୋଭିଡ୍‌-୧୯ ହସ୍‌ପିଟାଲର ସଂଯୋଜକ ଡା. ମୃତ୍ୟୁଞ୍ଜୟ ମିଶ୍ର କହିଛନ୍ତି, କୋଭିଡ୍‌ ହସ୍‌ପିଟାଲରେ କାର୍ଯ୍ୟରତ ନର୍ସମାନଙ୍କର କୌଣସି କରୋନା ଲକ୍ଷଣ ଦେଖାଗଲେ ସଙ୍ଗେ ସଙ୍ଗେ ପରୀକ୍ଷା କରାଯାଇ ସେମାନଙ୍କୁ ସ୍ବତନ୍ତ୍ର ଚିକିତ୍ସା ଯୋଗାଇ ଦିଆଯିବ। ଅନ୍ୟପକ୍ଷରେ ସରକାରୀ ସ୍ବୀକୃତିପ୍ରାପ୍ତ ନର୍ସମାନଙ୍କ ପାଇଁ ରାଜ୍ୟ ସରକାର ଯୋଗାଇ ଦିଆଯାଉଥିବା ପ୍ରତିଦିନର ଦେୟ, ସ୍ବାସ୍ଥ୍ୟବୀମା ଭଳି କେତେକ ଦାବି ବିଭାଗୀୟ ଅଧିକାରୀଙ୍କୁ ଜଣାଇ ଦିଆଯାଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri