Posted inଜାତୀୟ

କୋଭିଡ୍‌-୧୯ ବିଜ୍ଞାପିତ ବିପତ୍ତି ଘୋଷିତ: ମୃତକଙ୍କ ସମ୍ପର୍କୀୟଙ୍କୁ ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ନୂଆଦିଲ୍ଲୀ,୧୪।୩(ପି.ଟି.): ବିଶ୍ୱର ୧୪୫ ଦେଶରେ ଏବେ କରୋନା ତାଣ୍ଡବ ଦେଖିବାକୁ ମିଳିଛି। ମୃତ୍ୟୁସଂଖ୍ୟା ଶନିବାର ସୁଦ୍ଧା ୫,୪୩୬ରେ ପହଞ୍ଚିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧.୪୫ ଲକ୍ଷରୁ ଊର୍ଦ୍ଧ୍ୱ ବୋଲି ଜଣାପଡ଼ିଛି। ଚାଇନା ପରେ ଇଟାଲୀ ଓ ଇରାନ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛନ୍ତି। କ୍ରମଶଃ ଭାରତରେ ମଧ୍ୟ କରୋନା କାୟାବିସ୍ତାର କରିବା ଆରମ୍ଭ କଲାଣି। ଅଦ୍ୟାବଧି ଭାରତରେ ୨ ଜଣଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୮୪ରେ ପହଞ୍ଚିଲାଣି। କରୋନା ସଂକ୍ରମଣକୁ ରୋକିବା ଓ ଲୋକଙ୍କୁ ସଚେତନ କରାଇବା ଲାଗି ସରକାର ବହୁବିଧ ପ୍ରୟାସ ଜାରି ରଖିଛନ୍ତି। ଶନିବାର କେନ୍ଦ୍ର ସରକାର କରୋନା ଭାଇରସ୍‌(କୋଭିଡ୍‌-୧୯)କୁ ଏକ ବିଜ୍ଞାପିତ ବିପତ୍ତି ଭାବେ ଘୋଷଣା କରିଛନ୍ତି। ଏଥିସହ ଏହି ରୋଗ ସଂକ୍ରମଣ ଦ୍ୱାରା ପ୍ରାଣ ହରାଉଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ଏନେଇ ଚିଠି ଲେଖାଯାଇଛି। ସହାୟତା ଅର୍ଥ ଏସ୍‌ଡିଆର୍‌ଏଫ୍‌ (ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି) ପ୍ରଦାନ କରିବାକୁ କେନ୍ଦ୍ର ନିଷ୍ପତ୍ତି ନେଇଛି। ପ୍ରକାଶଥାଉ କି, ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ କୋଭିଡ୍‌-୧୯କୁ ମହାମାରୀ ଭାବେ ଘୋଷଣା କରାଯାଇଛି।
କରୋନା ସଂକ୍ରମିତଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ନିର୍ଦ୍ଧାରଣ କରିବେ ବୋଲି କେନ୍ଦ୍ର କହିଛି। ସଂକ୍ରମିତଙ୍କ ସାମୟିକ ରହଣି, ଖାଦ୍ୟ, ପୋଷାକ, ମେଡିକାଲ ସେବା, କ୍ୱାରାଣ୍ଟାଇନ୍‌ କ୍ୟାମ୍ପ ଆଦିର ଖର୍ଚ୍ଚ ରାଜ୍ୟଗୁଡ଼ିକ ଏସ୍‌ଡିଆର୍‌ଏଫ୍‌ରୁ ଖର୍ଚ୍ଚ କରିପାରିବେ। କେତେ କ୍ୱାରାଣ୍ଟାଇନ୍‌ କ୍ୟାମ୍ପ ହେବ, ସେ ସମ୍ପର୍କରେ ରାଜ୍ୟ କାର୍ଯ୍ୟନିର୍ବାହୀ କମିଟି ସ୍ଥିର କରିବ। ଅତିରିକ୍ତ ଟେଷ୍ଟିଂ ଲାବୋରେଟୋରି ନିର୍ମାଣ, ଥର୍ମାଲ ସ୍କାନର, ଭେଣ୍ଟିଲେଟର ଓ ଅନ୍ୟାନ୍ୟ ଯନ୍ତ୍ରପାତି କ୍ରୟ ଲାଗି ଏହି ପାଣ୍ଠିରୁ ଖର୍ଚ୍ଚ କରାଯାଇ ପାରିବ। ବାର୍ଷିକ ଖର୍ଚ୍ଚ ଏସ୍‌ଡିଆର୍‌ଏଫ୍‌ର ୨୫%ରୁ ଅଧିକ ନ କରିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଦର୍ଶାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri