କୋଭିଡ୍‌-୧୯ ମୁକାବିଲା: ଖାଦ୍ୟ ଯୋଗାଣ ନିଶ୍ଚିତ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)-କୋଭିଡ୍‌-୧୯ର ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ରାଜ୍ୟକୁ ଲକ୍‌ଡାଉନ ରଖିଛନ୍ତି। ଏହି ସମୟରେ ଗ୍ରାମପଞ୍ଚାୟତ ଗୁଡିକରେ ଦିଆଯାଉଥିବା ରନ୍ଧା ଓ ଶୁଖିଲା ଖାଦ୍ୟ ଯେପରି ଗରିବ ଲୋକଙ୍କ ପାଖରେ ପହଞ୍ଚିବ ସେ ନେଇ ନିଶ୍ଚିତ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀୟ ସଚିବମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଉଭୟ ସହର ଓ ଗ୍ରାମାଞ୍ଚଳରେ ଯେପରି ସାମାଜିକ ଦୂରତ୍ୱ କଡାକଡି ପାଳନ ହେବ ସେଥିପ୍ରତି ଦୃଷ୍ଟିଦେବାକୁ ପରାମର୍ଶ ଦେଇଛନ୍ତି।
ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଲକ୍‌ଡାଉନ ପରେ ରାଜ୍ୟରେ ବାସ୍ତବ ଚିତ୍ର କ’ଣ ରହିଛି ସେନେଇ ସମୀକ୍ଷା କରିଛନ୍ତି। ଅନ୍ୟ ରାଜ୍ୟର ଶ୍ରମିକ, ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ, ପଞ୍ଚାୟତ ଓ ସହରାଞ୍ଚଳରେ ଦିଆଯାଉଥିବା ଖାଦ୍ୟ, ସାମାଜିକ ଦୂରତ୍ୱ, ସାମାଜିକ ନିରାପତ୍ତା ଯୋଜନାରେ ଦିଆଯାଉଥିବା ଭତ୍ତା, ପଞ୍ଚାୟତଗୁଡିକରେ କରାଯାଉଥିବା ମେଡିକାଲ କ୍ୟାମ୍ପଗୁଡିକ ବିଷୟରେ ତଥ୍ୟ ସଂଗ୍ରହ କରିଥିଲେ। ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇବା ନେଇ ଏନ୍‌ଜିଓ ଏବଂ ସ୍ବୟଂସହାୟକ ଗୋଷ୍ଠୀଗୁଡିକୁ ଅଧିକରୁ ଅଧିକ ସାମିଲ କରିବା ନେଇ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଥିଲେ। ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବମାନେ ଯୋଗଦେଇ ସରକାରଙ୍କ ଦ୍ୱାରା ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri