କୋଭିଡ୍‌- ୧୯ ସବୁ ବିଶ୍ୱକପ୍‌ଠାରୁ ବଡ଼: ଶାସ୍ତ୍ରୀ

ନୂଆଦିଲ୍ଲୀ,୧୫।୪(ପି.ଟି.): ଭାରତୀୟ କ୍ରିକେଟ କୋଚ୍‌ ରବି ଶାସ୍ତ୍ରୀ କୋଭିଡ୍‌-୧୯ ବିରୋଧରେ ଚାଲିଥିବା ଲଢେଇକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି। ଦେଶରେ ଚାଲିଥିବା ଏହି ଲଢେଇ ସବୁ ବିଶ୍ୱକପ୍‌ଠାରୁ ବଡ଼ ବୋଲି ଶାସ୍ତ୍ରୀ ତାଙ୍କ ଟୁଇଟର ଆକାଉଣ୍ଟରେ ଭିଡିଓ ପୋଷ୍ଟ କରି ଜଣାଇଛନ୍ତି। ଏହି ମାହାମରୀ ବିପକ୍ଷରେ ଲଢେଇ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଏହି ଲଢେଇ ମଧ୍ୟ କୌଣସି ବିଶ୍ୱକପ୍‌ଠାରୁ କମ୍‌ ନୁହଁ। ଏଥିରେ କେବଳ ୧୧ଜଣ ଖେଳାଳି ନୁହଁ, ୧୪୦ କୋଟି ଲୋକ ଖେଳୁଛନ୍ତି। ସମସ୍ତେ ନିଜ ନିଜ ହିସାବରେ ଏହି ଲଢେଇ ଜାରି ରଖିଛନ୍ତି। କରୋନା ବିରୋଧରେ ଆମେ ସମସ୍ତେ ଏକାଠି ହେବା ଓ ଏହାକୁ ପରାସ୍ତ କରିବାକୁ ବଦ୍ଧପରିକର ହେବା ଉଚିତ। ମାନବତାର ଏହି ବିଶ୍ୱକପ୍‌ରେ ଆମେ ବିଜୟୀ ହେବାକୁ ପ୍ରୟାସ କରିବା ଉଚିତ ବୋଲି ସେ କହିଛନ୍ତି।
ଏହି ମାହାମାରୀ ବିପକ୍ଷ ଲଢେଇରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୂମିକାକୁ ସେ ପ୍ରଶଂସା କରିଛନ୍ତି। ଏହି ଲଢେଇର ନେତୃତ୍ୱ ନେଉଛନ୍ତି ମୋଦି। ଆମେ ଏହି ଲଢେଇରେ ବିଜୟୀ ହେବା। ତେବେ ଆମକୁ ବିଶେଷ ଭାବେ କେତୋଟି ଦିଗକୁ ଧ୍ୟାନ ଦେବାକୁ ହେବ। ଏ ନେଇ ଜାରି ହୋଇଥିବା ନିର୍ଦ୍ଦେଶନାମାକୁ ଆମେ ସମସ୍ତେ ମାନିବା ଉଚିତ। ଘରେ ରହିବା ସହ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି। ଏହାକୁ ନ ମାନିଲେ ଏହି ଲଢେଇରେ ଆମେ ଜିତିବା ସମ୍ଭବ ନୁହଁ ବୋଲି ସେ ସ୍ପଷ୍ଟ କରିଛନ୍ତି।
ବିଶ୍ୱରେ ଏପର୍ଯ୍ୟନ୍ତ ଏହି ମହାମାରୀରେ ୧ ଲକ୍ଷ ୨୦ ହଜାର ଲୋକ ପ୍ରାଣ ହରାଇଲେଣି ଓ ୨୦ ଲକ୍ଷ ଲୋକ ସଂକ୍ରମିତ ହୋଇଛନ୍ତି। ସାରା ବିଶ୍ୱରେ କ୍ରୀଡ଼ା ଇଭେଣ୍ଟ ଗୁଡିକ ଏଥିପାଇଁ ବାତିଲ ହୋଇଛି କିମ୍ବା ସ୍ଥଗିତ ରଖାଯାଇଛି। ଗତମାସ ମଧ୍ୟ ଶାସ୍ତ୍ରୀ ସମାନ କଥା କହିଥିଲେ। ଯେ କୌଣସି ପ୍ରକାର ପରିସ୍ଥିତିରେ ଘରେ ରହିବା ଉପରେ ସେ ଗୁରୁତ୍ୱ ଦେଇଥିଲେ। ଏହି ଲଢେଇ ଆଦୌ ସହଜ ନୁହଁ। ତେଣୁ ବିଜୟୀ ହେବା ପାଇଁ ଆହୁରି ଆମକୁ ସତର୍କତା ଅବଲମ୍ବନ କରିବାକୁ ହେବ ବୋଲି ଶାସ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri