କୋଭିଡ୍‌-୧୯ ସମୀକ୍ଷା: କୋଭିଡ ନିୟନ୍ତ୍ରଣରେ ଆଗରେ କେନ୍ଦ୍ରାପଡା

ଭୁବନେଶ୍ୱର,୨୦ା୮(ବ୍ୟୁରୋ)-କେନ୍ଦ୍ରାପଡ଼ା ଜିଲାରେ କରୋନା ସଂକ୍ରମଣର ଆରୋଗ୍ୟ ହାର ରାଜ୍ୟରେ ସର୍ବାଧିକ ୭୭ ପ୍ରତିଶତ ରହିଥିବାବେଳେ ମୃତ୍ୟୁ ହାର ୦.୩୩ ପ୍ରତିଶତ ରହିଛି। ଯାହକି ସାରା ଦେଶରେ ସର୍ବନିମ୍ନ। ସେହିପରି କେନ୍ଦ୍ରାପଡ଼ାରେ ସଂକ୍ରମଣ ହାର ୨.୨୫ ପ୍ରତିଶତ ଯାହାକି ରାଜ୍ୟରେ ସବୁଠାରୁ କମ୍‌। ସରପଞ୍ଚମାନଙ୍କୁ ଦିଆଯାଇଥିବା ଜିଲାପାଳ କ୍ଷମତାକୁ ସେମାନେ ଦକ୍ଷତାର ସହ କରୋନା ନିୟନ୍ତ୍ରଣରେ ଉପଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେମାନଙ୍କ ଉପରେ ତାଙ୍କର ଭରସାକୁ ଆହୁରି ଦୃଢ଼ କରିଛି ବୋଲି ମତ ଦେଇଛନ୍ତି। କେନ୍ଦ୍ରାପଡ଼ାକୁ ଏହି ସମୟ ମଧ୍ୟରେ ଅନ୍ୟ ରାଜ୍ୟରୁ ପ୍ରାୟ ୫୫ ହଜାର ପ୍ରବାସୀ ଫେରିଛନ୍ତି। ସମସ୍ତଙ୍କ ସହଯୋଗରେ କରୋନା ପରିଚାଳନା କାର୍ଯ୍ୟ ଯେଭଳି ଜାରି ରହିଛି, ସେଥିରେ କେନ୍ଦ୍ରାପଡ଼ା ଓଡ଼ିଶାରେ ଏକ ଆଦର୍ଶ ଜିଲା ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଜିଲାର ବିଧାୟକ ଓ ସରପଞ୍ଚମାନଙ୍କ ସହିତ କରୋନା ସ୍ଥିତି ସମ୍ପର୍କରେ ଆଲୋଚନା ଅବସରରେ ବିଜୁବାବୁଙ୍କ କଥା ମନେପକାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯଦି ବିଜୁବାବୁ ଆଜି ବଞ୍ଚିଥାନ୍ତେ ତେବେ ସରପଞ୍ଚମାନେ ଲୋକଙ୍କ ପାଇଁ ଯେଭଳି ଭଲ କାମ କରୁଛନ୍ତି ତାହା ଦେଖି ବହୁତ ଖୁସି ହୋଇ ଥାଆନ୍ତେ। ସେମାନଙ୍କର ଏହି ଭଲ କାମ ପାଇଁ ସେ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି କେନ୍ଦ୍ରାପଡ଼ାବାସୀଙ୍କ ସୁବିଧା ପାଇଁ ଜିଲାର ପ୍ରତି ବ୍ଲକକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଗୋଟିଏ ଲେଖାଏ ଭେଣ୍ଟିଲେଟର ଯୁକ୍ତ ଆମ୍ବୁଲାନ୍ସ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri