କୋଭିଡ୍‌-୧୯ ହସ୍ପିଟାଲରେ ମିଳିବ ମାଗଣା ଚିକିତ୍ସା

ଭୁବନେଶ୍ୱର,୩୦।୩(ବ୍ୟୁରୋ)- କରୋନା ମୁକାବିଲା ପାଇଁ ରାଜ୍ୟରେ ଜରୁରିକାଳୀନ ଭିତ୍ତିରେ କୋଭିଡ୍‌-୧୯ ହସ୍ପିଟାଲ ନିର୍ମାଣ ଚାଲିଛି। ରାଜ୍ୟ ସରକାରଙ୍କ ଏଭଳି ଏକ ବଳିଷ୍ଠ ପଦକ୍ଷେପକୁ ସାରା ଦେଶ ସ୍ବାଗତ କରୁଛି। ଏହି ହସ୍ପିଟାଲଗୁଡ଼ିକର କାର୍ଯ୍ୟ ତୁରନ୍ତ ଶେଷ କରିବା ପାଇଁ ବିଭିନ୍ନ ବେସରକାରୀ ସଂସ୍ଥାଙ୍କ ସହ ରାଜ୍ୟ ସରକାର ଚୁକ୍ତି କରିଛନ୍ତି। ସେଠାରେ କୋଭିଡ୍‌ ଆକ୍ରାନ୍ତ ବ୍ୟକ୍ତିଙ୍କ ଚିକିତ୍ସା, ଖାଇବା ରହିବା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ତେବେ ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଟଙ୍କା ପଇସା ପାଇଁ ଚିନ୍ତିତ ହୁଅନ୍ତୁ ନାହିଁ। ଦୃଢ଼ ମନୋବଳ ସହ କରୋନା ମୁକାବିଲା କରନ୍ତୁ। ସରକାର ସମସ୍ତ ସେବା ଆକ୍ରାନ୍ତଙ୍କୁ ବିନା ଶୁଳ୍କରେ ଯୋଗାଇ ଦେବେ ବୋଲି ସୋମବାର କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟ ସରକାର କିମ୍ସ ଓ ସମ୍‌ ହସ୍ପିଟାଲରେ କୋଭିଡ୍‌-୧୯ ହସ୍ପିଟାଲ ନିର୍ମାଣ କରୁଛନ୍ତି। କିମ୍ସରେ ୪୫୦ ଓ ସମ୍‌ରେ ୫୦୦ ଶଯ୍ୟାର ବ୍ୟବସ୍ଥା ହେଉଛି। ଏଥି ସହିତ କଟକ ଅଶ୍ୱିନୀ ହସ୍ପିଟାଲରେ ମଧ୍ୟ ଏହି ହସ୍ପିଟାଲ ନିର୍ମାଣ ପାଇଁ ଯୋଜନା ଚାଲିଛି। ରବିବାର ସରକାରଙ୍କ ପକ୍ଷରୁ ଏକ ଟିମ୍‌ ଅଶ୍ୱିନୀ ହସ୍ପିଟାଲ ଯାଇ ତଦାରଖ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି…

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ।…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri