‘କୋଭିଡ-୧୯’ ଚାଇନାର ଅତ୍ୟଧିକ ଖରାପ ଉପହାର: ଟ୍ରମ୍ପ

ଓ୍ବାଶିଂଟନ,୬।୬: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା କରୋନା ଭାଇରସ ବା କୋଭିଡ-୧୯ ଏବେ ସାରା ବିଶ୍ୱକୁ ବ୍ୟାପି ସାରିଛି। ଏହା ଚାଇନାରେ ଯେତିକି ସଂକ୍ରମିତ ହୋଇ ନ ଥିଲା ଏବେ ଏହା ଆମେରିକାରେ ଉଦ୍‌ବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ଆମେରିକାରେ ଏବେ କରୋନା ସଂକ୍ରମଣରେ ଦିନକୁ ଶହ ଶହ ଲୋକଙ୍କ ଜୀବନ ଯିବା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଆମେରିକାରେ କାହିଁକି କୋଭିଡ-୧୯ ଏତେ ପରିମାଣରେ ବ୍ୟାପୁଛି ବୋଲି ପ୍ରଶ୍ନର ଉତ୍ତର ଦେଇ ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, କୋଭିଡ-୧୯ ହେଉଛି ବିଶ୍ୱକୁ ଚାଇନାର ଏକ ଉପହାର ଯାହା ଆଦୌ ଭଲ ନୁହେଁ। ଏହା ଚାଇନା ପକ୍ଷରୁ ଦିଆଯାଇଥିବା ଅତ୍ୟଧିକ ଖରାପ ଉପହାର ବୋଲି ଟ୍ରମ୍ପ କହିଛନ୍ତି। ଚାଇନା ଆମେରିକାଠାରୁ ବହୁ ସୁବିଧା ପାଇଛି, ଆମେରିକା ବର୍ଷକରେ ୫୦୦ ବିଲିୟନ ଡଲାର ସହାୟତା ଦେଇଛି ଚାଇନାକୁ। ହେଲେ ଏବେ ସବୁ ପରିବର୍ତ୍ତନ ହୋଇ ଯାଇଛି ବୋଲି ଟ୍ରମ୍ପ ମତ ପ୍ରକାଶ କରିଛନ୍ତି। ତାଙ୍କ ମତରେ ଚାଇନାର ଉହାନ ସହରରେ କରୋନା ସଂକମ୍ରଣ ସର୍ବାଧିକ ଥିଲେ ମଧ୍ୟ ଏହାର ଆଖପାଖ ଅଞ୍ଚଳରେ କରୋନାର ଗନ୍ଧ ମଧ୍ୟ ନ ଥିଲା କହିଲେ ଚଳେ। ହେଲେ ଏବେ ଏହା ସାରା ବିଶ୍ୱକୁ ବ୍ୟାପି ସାରିଲାଣି। ଚାଇନାର ଏହି ମାନସିକତାକୁ ଟ୍ରମ୍ପ ନିନ୍ଦା କରିବା ସହ ମେ’ ୩୦ରୁ ଟ୍ରମ୍ପ ସରକାର ଚାଇନାର ଶିକ୍ଷାର୍ଥୀ ଓ ଗବେଷକଙ୍କୁ ଆମେରିକା ପ୍ରବେଶକୁ ବାରଣ କରିଛି। ଏମାନେ ଆମରିକାର ବୁଦ୍ଧିଜୀବିଙ୍କ ସମ୍ପତ୍ତି ବା ବୁଦ୍ଧି ଚୋରୀ କରୁଛନ୍ତି ବୋଲି ଟ୍ରମ୍ପ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri