କୋଭିଡ-୧୯ ପାଣ୍ଠିକୁ ୩ ମାସର ଦରମା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ନିର୍ଦ୍ଦିଷ୍ଟ ପରିସ୍ଥିତିରେ ଏକ ସ୍ବତନ୍ତ୍ର ସହାୟତାର ଆବଶ୍ୟକତା ରହିଛି। କରୋନା(କୋଭିଡ-୧୯) ବର୍ତ୍ତମାନ ସାରା ବିଶ୍ୱ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇ ଉଭା ହୋଇଛି। ଏହାର ମୁକାବିଲା କରିବା ପାଇଁ ଏଭଳି ପରିସ୍ଥିତିରେ ବ୍ୟାପକ ଜନସଚେତନତା ତିଆରି ଲାଗି ବ୍ୟାପକ ଅର୍ଥର ଆବଶ୍ୟକତା ପଡୁଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହାସହ ସେ ନିଜର ୩ ମାସର ଦରମା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି(ସିଏମ୍‌ଆରଏଫ)କୁ ଦାନ କରିଛନ୍ତି। ଏହି ପାଣ୍ଠିକୁ ସେ କୋଭିଡ-୧୯ ପାଣ୍ଠି ବୋଲି ସମ୍ବୋଧନ କରିଛନ୍ତି। ଅନ୍ୟ ସମସ୍ତଙ୍କୁ ମଧ୍ୟ ଏଭଳି ସମୟରେ କରୋନା ପୀଡ଼ିତାଙ୍କ ଲାଗି ମୁଖ୍ୟମନ୍ତ୍ରୀ ଦାନ କରିବାକୁ ଅନୁରୋଧ କରିଛନ୍ତି। କରୋନା ସ୍ଥିତିକୁ ଦେଖିବାପରେ ରାଜ୍ୟବ୍ୟାପୀ ସମସ୍ତେ ବର୍ତ୍ତମାନ ଭୟଭୀତ ହୋଇପଡିଲେଣି। ବିଶ୍ୱାସ ବାହାରେ ସବୁକିଛି ବନ୍ଦ ହେବା ଆରମ୍ଭ ହେଲାଣି। ଏଭଳି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅନୁରୋଧ ସମସ୍ତଙ୍କୁ ସଚେତନ କରାଇଛି। ଅପରପକ୍ଷରେ ବିଜେଡି ରାଜ୍ୟ ସଭା ସଦସ୍ୟ ଏବଂ ଲୋକ ସଭା ଏମ୍‌ପି, ବିଧାୟକମାନେ ସେମାନଙ୍କର ୩ ମାସର ଦରମା ଆସନ୍ତା ମାର୍ଚ୍ଚ ୨୯ ତାରିଖ ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରି ଏହି ଜରୁରୀ ପରିସ୍ଥିତିରେ ଉଦାହରଣ ସୃଷ୍ଟି କରିବାକୁ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ତଥା ବିଜେଡି ନେତା ସଞ୍ଜୟ ଦାସବର୍ମା ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ନେପାଳରେ ବନ୍ୟା ପରେ ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟଙ୍କ ଉଚ୍ଚସ୍ତରୀୟ ବୈଠକ

ପାଟନା,୨୬।୮: ନେପାଳରେ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଆଜି (ବୁଧବାର) ଅଧିକାରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ଏବଂ ସେମାନଙ୍କୁ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି

ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri