Posted inଖେଳ

କୋଭିଡ-୧୯ ବିପଦ ସହ କ୍ରିକେଟରଙ୍କୁ ବଞ୍ଚିବାକୁ ହେବ: ଗମ୍ଭୀର

ନୂଆଦିଲ୍ଲୀ,୧୦।୫(ପି.ଟି.): କୋଭିଡ- ୧୯ ମହାମାରୀ ଜନିତ ବିପଦ ସହ କ୍ରିକେଟରମାନଙ୍କୁ ଆଗାମୀ ଦିନରେ ବଞ୍ଚିବାକୁ ହେବ। କୋଭିଡ-୧୯ ମହାମାରୀ ଦୃଶ୍ୟପଟ ପରେ ଖେଳାଯିବାକୁ ଥିବା କ୍ରିକେଟରେ ସେଭଳି କୌଣସି ବଡ଼ ଧରଣର ପରିବର୍ତ୍ତନ ହେବ ନାହିଁ ବୋଲି ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର କହିଛନ୍ତି। କେବଳ ବଲ୍‌ରେ ଲାଳ ନ ଲାଗାଇବାକୁ କୁହାଯାଇପାରେ। ଲାଳ ବଦଳରେ ଅନ୍ୟ କୌଣସି କୁତ୍ରିମ ପଦାର୍ଥ ବ୍ୟବହାର କରିବାକୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଚିନ୍ତା କରୁଛି। କରୋନା ମହାମାରୀ ପରେ କ୍ରିକେଟରେ ନିୟମ ଓ କାନୁନ୍‌ରେ କୌଣସି ପରିବର୍ତ୍ତନ ଆସିବ ନାହିଁ। ତେବେ ଲାଳର ବିକଳ୍ପ ବ୍ୟବହାର କରାଯାଇ ପରେ। ଏହା ଛଡ଼ା ଅଧିକ କିଛି ହେବ ନାହିଁ ବୋଲି ଷ୍ଟାର ସ୍ପୋଟର୍‌ସକୁ ଗମ୍ଭୀର ସକ୍ଷାତକାର ଦେଇ କହିଛନ୍ତି।
ଖେଳାଳିଙ୍କ ସମେତ ସମସ୍ତଙ୍କୁ ଏବେ ଏହି ଭାଇରସ ସହ ବଞ୍ଚିବାକୁ ହେବ। ଶେଷରେ କୋଭିଡ-୧୯ ବିପଦ ସହ ବଞ୍ଚିବା ଅଭ୍ୟାସରେ ପରିଣତ ହେବ। ଏହି ଭାଇରସ ଜୀବନର ଏକ ଅଂଶବିଶେଷ ହୋଇଯିବ। କ୍ରିକେଟରେ ଯଦିଓ ସାମାଜିକ ଦୂରତା ରକ୍ଷା କରାଯାଇପାରିବ କିନ୍ତୁ ଅନ୍ୟ କ୍ରୀଡ଼ାରେ ଏହା ସମ୍ଭବ ହୋଇପାରିବ ନାହିଁ ବୋଲି ସେ କହିଛନ୍ତି। ଯେକୌଣସି କ୍ରୀଡ଼ାରେ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଆଦୌ ସହଜ ହେବ ନାହିଁ। ତେବେ କ୍ରିକେଟତ୍‌ରେ ଏହା ଅବଶ୍ୟ ସମ୍ଭବ। ତେବେ ଫୁଟବଲ, ହକି ଓ ଅନ୍ୟ କ୍ରୀଡ଼ାରେ ସାମାଜିକ ଦୂରତାକୁ ବଜାୟ ରଖିବା କଷ୍ଟକର ହେବ। ତେଣୁ ଏହା ସହ ଆମକୁ ବଞ୍ଚିବାକୁ ହେବ। ଏହାକୁ ଯେତେଶୀଘ୍ର ଗ୍ରହଣ କରିବା ସେତେ ଭଲ ହେବ ବୋଲି ଗମ୍ଭୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri