କୋଭିଡ-୧୯ ମହାମାରୀ: ବିଶ୍ୱକପ୍‌ ଫାଇନାଲ ଜର୍ସି ଦାନ କରିବେ ନିକୋଲ୍ସ

ଓ୍ବେଲିଂଟନ,୨।୫ (ପି.ଟି.): କୋଭିଡ-୧୯ ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ପରିବାର ତଥା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ହେନେରୀ ନିକୋଲ୍ସ ଏବେ ଆଗକୁ ଆସିଛନ୍ତି। ଗତବର୍ଷ ଇଂଲଣ୍ଡରେ ଖେଳାଯାଇଥିବା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ସେ ପିନ୍ଧିଥିବା ଶାର୍ଟ ଦାନ କରିବାକୁ ନିକୋଲ୍ସ ନିଷ୍ପତ୍ତି ନେଇଛନ୍ତି। ସେ ଏହି ଜର୍ସିକୁ ୟୁନିସେଫ୍‌ ନ୍ୟୁଜିଲାଣ୍ଡକୁ ଦାନ କରିବେ।
କରୋନ ଭାଇରସ ସଂକ୍ରମଣ କାରଣରୁ ନ୍ୟୁଜିଲାଣ୍ଡରେ ଲକ୍‌ଡାଉନ୍‌ ଜାରି ରହିଛି। ଲକ୍‌ଡାଉନ୍‌ ଜାରି ହେବା ପରଠାରୁ ନ୍ୟୁଜିଲାଣ୍ଡର ଖାଦ୍ୟ ବା ଫୁଡ ପାର୍ସଲର ଆବଶ୍ୟକତା ୩ ଗୁଣ ବଢିଯାଇଛି। ତେଣୁ ଖରାପ ସମୟରେ ଗତି କରୁଥିବା ଲୋକଙ୍କୁ ସହାଯ୍ୟ କରିବାକୁ ମନସ୍ଥ କରିଥିଲି ବୋଲି ନିକୋଲ୍ସ କହିଛନ୍ତି। ଏଥିପାଇଁ ବିଶ୍ୱକପ୍‌ ଫାଇନାଲ ଜର୍ସିକୁ ଦାନ କରିବାକୁ ନିଷ୍ପତ୍ତି ନେଇଛି ଓ ଏହା ଦ୍ୱାରା ଲୋକ ଉପକୃତ ହୋଇପାରିବେ ବୋଲି ସେ କହିଛନ୍ତି। ୟୁନିସେଫ୍‌ ନ୍ୟୁଜିଲାଣ୍ଡ ମଧ୍ୟ ଏ ନେଇ କାର୍ଯ୍ୟ କରିବା ଆରମ୍ଭ କରିଛି। ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ତରଫରୁ ନିକୋଲ୍ସ ସର୍ବାଧିକ ୫୫ ରନ ସଂଗ୍ରହ କରିଥିଲେ। ଏହି ମହାମାରୀ କାରଣରୁ ପ୍ରଭାବିତ ହୋଇଥିବା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲି, ପୂର୍ବତନ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ ଏବି ଡିଭିଲର୍ସ ସେମାନଙ୍କର ୨୦୧୬ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିଥିବା ଗୁଜରାଟ ଲାୟନ୍ସ ବିପକ୍ଷ ମ୍ୟାଚ୍‌ର କିଟ୍ସକୁ ନିଲାମ କରିବାକୁ ଦାନ କରିଥିଲେ। ସେହିପରି ଇଂଲଣ୍ଡ ଉଇକେଟକିପର ଜୋସ ବଟଲର ନିଜର ବିଶ୍ୱକପ୍‌ ଫାଇନାଲ ନିଲାମ କରି ୬୫,୦୦୦ ପାଉଣ୍ଡ ଅର୍ଥ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri