କୋଭିଡ-୧୯ ମହାମାରୀ: ବିଶ୍ୱକପ୍‌ ଫାଇନାଲ ଜର୍ସି ଦାନ କରିବେ ନିକୋଲ୍ସ

ଓ୍ବେଲିଂଟନ,୨।୫ (ପି.ଟି.): କୋଭିଡ-୧୯ ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ପରିବାର ତଥା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ହେନେରୀ ନିକୋଲ୍ସ ଏବେ ଆଗକୁ ଆସିଛନ୍ତି। ଗତବର୍ଷ ଇଂଲଣ୍ଡରେ ଖେଳାଯାଇଥିବା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ସେ ପିନ୍ଧିଥିବା ଶାର୍ଟ ଦାନ କରିବାକୁ ନିକୋଲ୍ସ ନିଷ୍ପତ୍ତି ନେଇଛନ୍ତି। ସେ ଏହି ଜର୍ସିକୁ ୟୁନିସେଫ୍‌ ନ୍ୟୁଜିଲାଣ୍ଡକୁ ଦାନ କରିବେ।
କରୋନ ଭାଇରସ ସଂକ୍ରମଣ କାରଣରୁ ନ୍ୟୁଜିଲାଣ୍ଡରେ ଲକ୍‌ଡାଉନ୍‌ ଜାରି ରହିଛି। ଲକ୍‌ଡାଉନ୍‌ ଜାରି ହେବା ପରଠାରୁ ନ୍ୟୁଜିଲାଣ୍ଡର ଖାଦ୍ୟ ବା ଫୁଡ ପାର୍ସଲର ଆବଶ୍ୟକତା ୩ ଗୁଣ ବଢିଯାଇଛି। ତେଣୁ ଖରାପ ସମୟରେ ଗତି କରୁଥିବା ଲୋକଙ୍କୁ ସହାଯ୍ୟ କରିବାକୁ ମନସ୍ଥ କରିଥିଲି ବୋଲି ନିକୋଲ୍ସ କହିଛନ୍ତି। ଏଥିପାଇଁ ବିଶ୍ୱକପ୍‌ ଫାଇନାଲ ଜର୍ସିକୁ ଦାନ କରିବାକୁ ନିଷ୍ପତ୍ତି ନେଇଛି ଓ ଏହା ଦ୍ୱାରା ଲୋକ ଉପକୃତ ହୋଇପାରିବେ ବୋଲି ସେ କହିଛନ୍ତି। ୟୁନିସେଫ୍‌ ନ୍ୟୁଜିଲାଣ୍ଡ ମଧ୍ୟ ଏ ନେଇ କାର୍ଯ୍ୟ କରିବା ଆରମ୍ଭ କରିଛି। ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ତରଫରୁ ନିକୋଲ୍ସ ସର୍ବାଧିକ ୫୫ ରନ ସଂଗ୍ରହ କରିଥିଲେ। ଏହି ମହାମାରୀ କାରଣରୁ ପ୍ରଭାବିତ ହୋଇଥିବା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ପୂର୍ବରୁ ଭାରତୀୟ ଅଧିନାୟକ ବିରାଟ କୋହଲି, ପୂର୍ବତନ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ ଏବି ଡିଭିଲର୍ସ ସେମାନଙ୍କର ୨୦୧୬ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିଥିବା ଗୁଜରାଟ ଲାୟନ୍ସ ବିପକ୍ଷ ମ୍ୟାଚ୍‌ର କିଟ୍ସକୁ ନିଲାମ କରିବାକୁ ଦାନ କରିଥିଲେ। ସେହିପରି ଇଂଲଣ୍ଡ ଉଇକେଟକିପର ଜୋସ ବଟଲର ନିଜର ବିଶ୍ୱକପ୍‌ ଫାଇନାଲ ନିଲାମ କରି ୬୫,୦୦୦ ପାଉଣ୍ଡ ଅର୍ଥ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?