କୋଭିଡ-୧୯ ମୁକାବିଲା: ନିଜର ଏକ ମାସର ଦରମା ପ୍ରଦାନ କଲେ ନୀଳଗିରି ବିଧାୟକ

ସଜନାଗଡ଼,୩।୪(ଡି.ଏନ୍‌.ଏ.): କରୋନା ମହାମାରୀ ସହ ମୁକାବିଲା ଲାଗି କେନ୍ଦ୍ର ତଥା ରାଜ୍ୟ ସରକାରଙ୍କୁ ସହାୟତାର ସୁଅ ଛୁଟୁଛି। ଏହି କ୍ରମରେ ବାଲେଶ୍ୱର ଜିଲା ନୀଳଗିରି ବିଧାୟକ ଇଂ ସୁକାନ୍ତ କୁମାର ନାୟକ କୋଭିଡ-୧୯ ମହାମାରୀ ପାଣ୍ଠିକୁ ନିଜର ଏକ ମାସର ଦରମା ପ୍ରଦାନ କରିଛନ୍ତି। ପ୍ରଧନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସେ ୩୫ହଜାର ଟଙ୍କା ଦାନ କରିଛନ୍ତି। ସେହିଭଳି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମଧ୍ୟ ସେ ୩୫ହଜାର ଟଙ୍କା ପ୍ରଦାନ କରିବା ସହ ଅନ୍ୟମାନଙ୍କୁ ସହାୟତାର ହାତ ବଢ଼ାଇବାକୁ ଆହ୍ବାନ ଦେଇଛନ୍ତି। ଶୁକ୍ରବାର ସେ ନୀଳଗିରି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ହରିଶ୍ଚନ୍ଦ୍ର ଜେନାଙ୍କୁ ଏ ନେଇ ଏକ ଚେକ୍‌ ପ୍ରଦାନ କରିଛନ୍ତି। ବିଧାୟକଙ୍କ ଏହି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri