କୋରାପୁଟରେ ଲକ୍‌ଡାଉନ ସ୍ଥିତି ପରଖିଲେ ପୋଲିସ ଡିଜି

ଜୟପୁର,୧୮ା୪(ଡି.ଏନ୍‌.ଏ./ନି.ପ୍ର.): ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କୋରାପୁଟ ଜିଲା ଗସ୍ତରେ ପହଞ୍ଚତ୍ ଲକ୍‌ଡାଉନ ସ୍ଥିତି ସମୀକ୍ଷା କରିଛନ୍ତି। ପୂର୍ବାହ୍ନରେ କୋରାପୁଟ ସଦରସ୍ଥିତ ସୀମା ସୁରକ୍ଷା ବାହିନୀର ସେକ୍ଟର ପଡ଼ିଆରେ ହେଲିକପ୍ଟର ଯୋଗେ ପହଞ୍ଚତ୍ଥିଲେ। ସେଠାରୁ କୋରାପୁଟ ସଦର ଓ ଟାଉନଥାନା ପରିଦର୍ଶନ କରିଥିଲେ ପୋଲିସ ଡିଜି। ଆଇନ ଶୃଙ୍ଖଳା, ମାଓବାଦୀ ଗତିବିଧି, କରୋନା ମୁକାବିଲା ପାଇଁ ସ୍ଥାନୀୟ ପୋଲିସ କିପରି କାର୍ଯ୍ୟ କରୁଛି, ତାହାର ତଦାରଖ କରିଛନ୍ତି ଡିଜି। ରାସ୍ତା ଓ ଚେକପୋଷ୍ଟରେ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀ ଓ ଗୃହରକ୍ଷୀଙ୍କ ସହ ମଧ୍ୟ ସେ ଆଲୋଚନା କରିଥିଲେ। ସେହିପରି ଜିଲା ପୋଲିସ ପକ୍ଷରୁ ଚାଲିଥିବା କଲ୍ୟାଣ ଯୋଜନାର ସମୀକ୍ଷା ମଧ୍ୟ କରିଥିଲେ। କୋରାପୁଟ ଜିଲାର ଉଭୟ ପଟେ ଦୁଇଟି ରାଜ୍ୟର ସୀମା ରହୁଥିବା ଯୋଗୁ ଆଗାମୀ ଦିନରେ ନିରାପତ୍ତା ଦାୟିତ୍ୱ ଅଧିକ ରହିବ ବୋଲି ଡିଜି ଅଭୟ କହିଥିଲେ। ଏହି ଅବସରରେ ତୃତୀୟ ଓଏସ୍‌ଏପି, ୭ମ ଆଇଆର ବାଟାଲିୟନ ଭଳି ବିଭିନ୍ନ ପୋଲିସ ବାରାକ୍‌ ବୁଲି ଦେଖିଥିଲେ। ଏହାସହ ଲକ୍‌ଡାଉନରେ ଜିଲାରେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କୁ ସେ ଉତ୍ସାହିତ ମଧ୍ୟ କରିଥିଲେ। ତାଙ୍କ ଗସ୍ତ ସମୟରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସାଫିନ ଅହମ୍ମଦ କେ., ଏସ୍‌ପି ମୁକେଶ କୁମାର ଭାମୋ ଉପସ୍ଥିତ ଥିଲେ। ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri