କୋରାପୁଟରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଜାତୀୟ ଲୋକ ଅଦାଲତକୁ ବନ୍ଦ କଲେ ଆଇନଜୀବୀ

ଜୟପୁର, ୧୪।୯(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ କୋର୍ଟ ବର୍ଜନ ଆନ୍ଦୋଳନ ଡିସେମ୍ବର ୪ରୁ ଚାଲୁ ରହିଛି। ଦୀର୍ଘ ୧୦ମାସ ହେବ ଏହି ଦାବିନେଇ ଆନ୍ଦୋଳନ ଜାରି ରହିଥିବା ବେଳେ ଶନିବାର ଜାତୀୟ ଲୋକ ଅଦାଲତକୁ ମଧ୍ୟ ଆଇନଜୀବୀମାନେ ବନ୍ଦ କରିଛନ୍ତି। ଅବିଭକ୍ତ କୋରାପୁଟ ଜିଲାର ୧୩ ବାର୍‌ ତରଫରୁ ଏହି ଜାତୀୟ ଅଦାଲତକୁ ବନ୍ଦ କରାଯାଇଛି। ଅଦାଲତ ବନ୍ଦ ଯୋଗୁ ଆପୋସ ସମାଧାନ, ମୋଟର ଯାନ ଦୁର୍ଘଟଣା ମାମଲା, କ୍ଷତି ପୂରଣ, ଜମି ଜମା ମାମଲା, ବ୍ୟାଙ୍କ ଋଣ, ଚେକ୍‌ ବାଉନ୍ସ ଆଦି ବହୁ ମାମଲାର ସମାଧାନ ହୋଇପାରି ନାହିଁ। ଆଇନଜୀବୀଙ୍କ ଆନ୍ଦୋଳନ ଯୋଗୁ ଦୂରଦୂରାନ୍ତରୁ ଆସିଥିବା ମହକିଲମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଆନ୍ଦୋଳନ ଆସନ୍ତା ଅକ୍ଟୋବର ୨୧ ଯାଏ କୋର୍ଟ ବର୍ଜନ କରିବାକୁ ନିଷ୍ପତ୍ତି ହୋଇଛି ା ଏହି ଭିତରେ ଅବିଭକ୍ତ କୋରାପୁଟ ଜିଲାର ଆଦିବାସୀ ସଂଘକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହେବ। ସମସ୍ତ ଏମ୍‌ପି, ବିଧାୟକ ସର୍ବଦଳୀୟ ନେତା, ଆଇନଜୀବୀଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଦାବି ପୂରଣ ପାଇଁ ଚାପ ପକାଇବା ସହ ରାଜ୍ୟ ବାର୍‌ କାଉନସିଲକୁ ମଧ୍ୟ ଦାବିପତ୍ର ଦେବା ନେଇ ନିଷ୍ପତ୍ତି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ପାଇଁ ସମସ୍ୟା

ଆମେରିକା ଏବଂ ଇରାନ ମଧ୍ୟରେ ପ୍ରାରମ୍ଭିକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ସୃଷ୍ଟି କରିଥିବା ସଙ୍କଟରୁ ମୁକୁଳିବା ପାଇଁ କେତେ ବ୍ୟାକୁଳ…

କାନ୍ଥ ଉପରେ ମୋବାଇଲ ରଖି ମହିଳାଙ୍କ ଗାଧୁଆ ସମୟର ଭିଡିଓ ଶୁଟିଂ କରୁଥିଲେ ଯୁବକ , ତା’ପରେ…

ଜଳେଶ୍ୱର, ୧୯ା୬ (ନବୀନ ସାହୁ): ମହିଳାଙ୍କ ଗୋପନୀୟତାକୁ ନେଇ ଅତି ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା…

ଶ୍ୱଶୁରଙ୍କ ଘରେ ଜ୍ୱାଇଁଙ୍କ ଆତ୍ମହତ୍ୟା, ରାତିରେ ସମସ୍ତେ ଶୋଇଥିବାବେଳେ…

ଦେବଗଡ଼,୧୯ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ବେତେଇଝରଣ ଗ୍ରାମସ୍ଥିତ ଶ୍ୱଶୁରଙ୍କ ଘରେ ଫାଶୀ ଲଗାଇ ଜ୍ୱାଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ସୁନ୍ଦରଗଡ଼ ଜିଲା…

ଶ୍ରେଷ୍ଠ ୨୦୦ ମଧ୍ୟରେ ୩ ଭାରତୀୟ ଶିକ୍ଷାନୁଷ୍ଠାନ, ଜାଣନ୍ତୁ ଶୀର୍ଷରେ କିଏ…

ନୂଆଦିଲ୍ଲୀ: ୧୯ା୬: ପ୍ରତିଷ୍ଠିତ ‘କ୍ୟୁଏସ୍‌ ୱାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ ୨୦୨୭’ର ତାଲିକା ଗୁରୁବାର ପ୍ରକାଶ ପାଇଛି। ଏଥିରେ ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ୩ଟି ଭାରତୀୟ…

ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି…

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri