କୋରିଆ କାର୍‌ଭାନ୍‌

ଭୁବନେଶ୍ୱର, ୨୪।୯(ବ୍ୟୁରୋ): କୋରିଆ ରିପ୍ଲବିକ୍‌ ରାଷ୍ଟ୍ରଦୂତଙ୍କ ଦ୍ୱାରା ପ୍ରତିବର୍ଷ ଭାରତର ଦୁଇଟି କିମ୍ବା ତିନୋଟି ରାଜ୍ୟରେ ଆୟୋଜିତ ହେଉଥିବା ‘କୋରିଆ କାରଭାନ୍‌’ କାର୍ଯ୍ୟକ୍ରମ ଚଳିତବର୍ଷ ମନ୍ଦିରମାଳିନୀ ସହର ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଯାଇଛି। ସୋମବାର ରବୀନ୍ଦ୍ରମଣ୍ଡପଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଥିଲା କୋରିଆ ଏବଂ ଓଡ଼ିଶା ମଧ୍ୟରେ ପାରସ୍ପରିକ ବୁଝାମଣା ଏବଂ ବାଣିଜ୍ୟ ଓ ଅନ୍ୟାନ୍ୟ ସାଂସ୍କୃତିକ ସମ୍ବନ୍ଧକୁ ବିକଶିତ କରିବା। କାର୍ଯ୍ୟକ୍ରମରେ ବିଶ୍ୱପ୍ରସିଦ୍ଧ କୋରିଆ ଟାଏକୋଣ୍ଡୋ ତରଫରୁ ଦମଦାର ଟାଏକୋଣ୍ଡୋ ପ୍ରଦର୍ଶିତ ହୋଇଥିଲା। ୪୬ଜଣ କୋରିଆ କଳାକାରଙ୍କ ଦ୍ୱାରା ପ୍ରଦର୍ଶିତ ଏହି ଟାଏକୋଣ୍ଡୋ ଭୁବନେଶ୍ୱରରେ ପ୍ରଥମଥର ପାଇଁ ଦେଖିବାକୁ ମିଳିଥିଲା। ଏହି ଅବସରରେ କୋରିଆ ରାଷ୍ଟ୍ରଦୂତ ସିନ୍‌ ବଙ୍ଗକିଲ୍‌ କହିଥିଲେ, ଭାରତର ୨୮ଟି ରାଜ୍ୟ ୨୮ଟି ଦେଶ ଭଳି ମନେହୁଏ। ଜାତି, ଭାଷା, ସମ୍ପ୍ରଦାୟ ନିର୍ବିଶେଷରେ ସମସ୍ତେ ଏକାକାର ଲାଗନ୍ତି। ଓଡ଼ିଶା ଓ କୋରିଆ ମଧ୍ୟରେ ଅନେକ ସାମଞ୍ଜସ୍ୟ ରହିଛି। ଓଡ଼ିଶାରେ ଯେଉଁ ପ୍ରାକୃତିକ ସମ୍ବଳ ରହିଛି କୋରିଆ ତାହାକୁ ବିଶ୍ୱ ସମ୍ମୁଖକୁ ଆଣିବାକୁ ଚାହୁଁଛି ବୋଲି ସେ କହିଥିଲେ। ଓଡ଼ିଶାର ସାଂସ୍କୃତିକ ପ୍ରାଚୁର୍ଯ୍ୟତାକୁ ଅନୁଭୂତ କରିବା ପାଇଁ ଏହି ଭ୍ରମଣକାରୀ ପ୍ରତିନିଧି ଦଳ ରାଜ୍ୟରେ ଥିବା ସାଂସ୍କୃତିକସ୍ଥଳ ଗୁଡ଼ିକୁ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri