କୋରିଆ କାର୍‌ଭାନ୍‌

ଭୁବନେଶ୍ୱର, ୨୪।୯(ବ୍ୟୁରୋ): କୋରିଆ ରିପ୍ଲବିକ୍‌ ରାଷ୍ଟ୍ରଦୂତଙ୍କ ଦ୍ୱାରା ପ୍ରତିବର୍ଷ ଭାରତର ଦୁଇଟି କିମ୍ବା ତିନୋଟି ରାଜ୍ୟରେ ଆୟୋଜିତ ହେଉଥିବା ‘କୋରିଆ କାରଭାନ୍‌’ କାର୍ଯ୍ୟକ୍ରମ ଚଳିତବର୍ଷ ମନ୍ଦିରମାଳିନୀ ସହର ଭୁବନେଶ୍ୱରରେ ଅନୁଷ୍ଠିତ ହୋଇଯାଇଛି। ସୋମବାର ରବୀନ୍ଦ୍ରମଣ୍ଡପଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଥିଲା କୋରିଆ ଏବଂ ଓଡ଼ିଶା ମଧ୍ୟରେ ପାରସ୍ପରିକ ବୁଝାମଣା ଏବଂ ବାଣିଜ୍ୟ ଓ ଅନ୍ୟାନ୍ୟ ସାଂସ୍କୃତିକ ସମ୍ବନ୍ଧକୁ ବିକଶିତ କରିବା। କାର୍ଯ୍ୟକ୍ରମରେ ବିଶ୍ୱପ୍ରସିଦ୍ଧ କୋରିଆ ଟାଏକୋଣ୍ଡୋ ତରଫରୁ ଦମଦାର ଟାଏକୋଣ୍ଡୋ ପ୍ରଦର୍ଶିତ ହୋଇଥିଲା। ୪୬ଜଣ କୋରିଆ କଳାକାରଙ୍କ ଦ୍ୱାରା ପ୍ରଦର୍ଶିତ ଏହି ଟାଏକୋଣ୍ଡୋ ଭୁବନେଶ୍ୱରରେ ପ୍ରଥମଥର ପାଇଁ ଦେଖିବାକୁ ମିଳିଥିଲା। ଏହି ଅବସରରେ କୋରିଆ ରାଷ୍ଟ୍ରଦୂତ ସିନ୍‌ ବଙ୍ଗକିଲ୍‌ କହିଥିଲେ, ଭାରତର ୨୮ଟି ରାଜ୍ୟ ୨୮ଟି ଦେଶ ଭଳି ମନେହୁଏ। ଜାତି, ଭାଷା, ସମ୍ପ୍ରଦାୟ ନିର୍ବିଶେଷରେ ସମସ୍ତେ ଏକାକାର ଲାଗନ୍ତି। ଓଡ଼ିଶା ଓ କୋରିଆ ମଧ୍ୟରେ ଅନେକ ସାମଞ୍ଜସ୍ୟ ରହିଛି। ଓଡ଼ିଶାରେ ଯେଉଁ ପ୍ରାକୃତିକ ସମ୍ବଳ ରହିଛି କୋରିଆ ତାହାକୁ ବିଶ୍ୱ ସମ୍ମୁଖକୁ ଆଣିବାକୁ ଚାହୁଁଛି ବୋଲି ସେ କହିଥିଲେ। ଓଡ଼ିଶାର ସାଂସ୍କୃତିକ ପ୍ରାଚୁର୍ଯ୍ୟତାକୁ ଅନୁଭୂତ କରିବା ପାଇଁ ଏହି ଭ୍ରମଣକାରୀ ପ୍ରତିନିଧି ଦଳ ରାଜ୍ୟରେ ଥିବା ସାଂସ୍କୃତିକସ୍ଥଳ ଗୁଡ଼ିକୁ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri